ସରିଲା ଗଞ୍ଜାମର ଐତିହାସିକ ଦୋଳଯାତ୍ରା: ବେଲୁନ୍‌-ଚଣା ବେପାରୀଙ୍କଠାରୁ ଟଙ୍କା ଆଦାୟ ଅଭିଯୋଗ

ଗଞ୍ଜାମ,୫ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ପ୍ରସିଦ୍ଧ ଐତିହାସିକ ଦୋଳଯାତ୍ରା ସୁରୁଖୁରୁରେ ଶେଷ ହେଇଛି। ଗଞ୍ଜାମ ଥାନା ପୋଲିସ ଓ ଏନ୍‌ଏସି ପ୍ରଶାସନର ସହାୟତାରେ ଏହି ଦୋଳଯାତ୍ରା ଏକ ପ୍ରକାର ଶାନ୍ତିଶୃଙ୍ଖଳାର ସହ ସରିଛି। କିନ୍ତୁ ଯାତ୍ରାକୁ ଆସିଥିବା ବେଲୁ୍‌ନ୍‌ ଚଣା ବେପାରୀଙ୍କଠାରୁ ୧୦/୨୦ ଟଙ୍କା ବଦଳରେ ୫୦ /୧୦୦ ଟଙ୍କା ଜୋର ଜବରଦସ୍ତ ଆଦାୟ ହୋଇଥିବା ଅଭିଯୋଗ ହୋଇଛି।

ଏ ସମ୍ପର୍କରେ ଇଓ ଅପର୍ଣ୍ଣା ଡାଙ୍ଗୁଆ କହିଛନ୍ତି, ପାନୁ କଲେକ୍ସନ ଠିକା ନେଇଥିବା ବ୍ୟକ୍ତିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ତଦନ୍ତ ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ବିଭିନ୍ନ କାରଣ ଯୋଗୁ ସ୍ଥାନ ଚି଼ହ୍ନଟ ପ୍ରକ୍ରିୟା ବହୁ ବିଳମ୍ବ ଘଟିଥିଲା। ଅନ୍ୟ ପଟେ ଚନ୍ଦ୍ର ଗ୍ରହଣ ଯୋଗୁ ଠାକୁର ଫେରିବା ସମୟ ପରିବର୍ତ୍ତନ କରାଯାଇ ନିର୍ଦ୍ଧାରିତ ସମୟଠାରୁ ୪ ଘଣ୍ଟା ବିଳମ୍ବରେ ଠାକୁର ନିଜ ନିଜ ସାହିକୁ ଫେରିଥିଲେ। ବଜାରକୁ ବିଭିନ୍ନ ସାହିର ଷୋହଳ ଠାକୁର ବିଜେ କରିବା ବଜାର ଯାତ୍ରା ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡ଼ାଇ, ଆଇଆଇସି ସୁମିତ୍ରା ପାତ୍ର, ଅତିରିକ୍ତ ଆଇଆଇସି ଶୁଭଲକ୍ଷ୍ମୀ କଅଁର, ଏସ୍‌ଆଇ ଅନିରୁଦ୍ଧ ସ୍ବାଇଁ, ଏଏସ୍‌ଆଇ ସୁଦୀପ୍ତ ସାହୁ, ମହିଳା ଏଏସ୍‌ଆଇ ସୁପ୍ରଭା ସାହୁଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀ ଆଇନଶୃଙ୍ଖଳା ନିମନ୍ତେ ବ୍ୟାପକ ବନ୍ଦୋବସ୍ତ କରିଥିଲେ। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ପାନୀୟ ଜଳ ବଣ୍ଟନ କରାଯାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri