Posted inଜାତୀୟ

ସ୍କୁଲରେ ଧର୍ମ ପରିବର୍ତ୍ତନ ଅଭିଯୋଗ, ଭଙ୍ଗାରୁଜା କଲେ ଭିଡ଼…

ଭୋପାଳ,୭।୧୨: ଧର୍ମ ପରିବର୍ତ୍ତନ ଅଭିଯୋଗ ନେଇ ମଧ୍ୟପ୍ରଦେଶର ଏକ ସ୍କୁଲରେ ଭିଡ଼ ଜମା ହେବା ସହିତ ଲୋକେ ଭଙ୍ଗାରୁଜା କରିଛନ୍ତି। ମାଓବାଦୀ ଆକ୍ରମଣର ଏକ ମାମଲା ସାମ୍ନାକୁ ଆସିଛି। ହିନ୍ଦୁବାଦୀ ସଂଗଠନର କିଛି ଲୋକ ଏଭଳି କରିଥିବା କୁହାଯାଉଛି।

ସ୍କୁଲରେ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଚାଲିଥିବାବେଳେ ଭିଡ ସ୍କୁଲ ପରିସରରେ ପଶିବା ସହିତ ପଥର ଫିଙ୍ଗିବା ଏବଂ ଭଙ୍ଗାରୁଜା କରିଥିଲେ। ଏହି ଆକ୍ରମଣରେ ପିଲା ଏବଂ ସ୍କୁଲ କର୍ମଚାରୀଙ୍କ କୌଣସି କ୍ଷତି ହୋଇ ନାହିଁ, ସମସ୍ତେ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ଘଟଣା ପରେ ସ୍କୁଲ ମ୍ୟାନେଜର ବ୍ରଦର ଆଣ୍ଟୋନି କହିଛନ୍ତି ଯେ ତାଙ୍କ ସ୍କୁଲ ବିଷୟରେ ଗୁଜବ ପ୍ରଚାର ହୋଇଛି। ଏକ ପତ୍ର ପ୍ରସାର କରାଯାଇ ଲୋକଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି କରାଯାଉଛି। ପତ୍ରରେ ଲେଖା ଅଛି ଯେ ସେଣ୍ଟ ଜୋଶେଫଙ୍କ ସ୍କୁଲର ଆଠଜଣ ହିନ୍ଦୁ ଛାତ୍ରଙ୍କଧର୍ମ ପରିବର୍ତ୍ତନ କରି ଖ୍ରୀଷ୍ଟିଆନ ଧର୍ମରେ ଦୀକ୍ଷିତ କରାଯାଇଛି। ତେବେ ସେହି ଛାତ୍ରମାନେ ଆମ ବିଦ୍ୟାଳୟର ନୁହଁନ୍ତି ବୋଲି ସେ କହିଛନ୍ତି।

ଏହି ଚିଠିର ପ୍ରସାରଣ ଅକ୍ଟୋବର ୩୧ର କରାଯାଇଛି। ରବିବାର ଦିନ କେହି ସ୍କୁଲରେ ନ ଥିଲେ। ଏହି ଚିଠି ଦେଖିବା ପରେ ସେ ପୋଲିସକୁ ସୂଚନା ଦେଇଥିବା କହିଛନ୍ତି। ଏହା ପରେ ସ୍କୁଲର ସୁରକ୍ଷା ପାଇଁ କେବଳ ଦୁଇଜଣ ପୋଲିସଙ୍କୁ ମୁତୟନ କରାଯାଇଥିଲା।

ଅପରପକ୍ଷରେ ଏସଡିଏମ ରୋଶନ ରାୟ କହିଛନ୍ତି ଯେ, ସ୍କୁଲର ସୁରକ୍ଷା ପାଇଁ ପର୍ଯ୍ୟାପ୍ତ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ପୋଲିସ ଭିଡ଼ଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲା। ତେବେ ଭିଡ଼ ପକ୍ଷରୁ ପଥର ଫିଙ୍ଗାଯାଇଥିଲା। କିନ୍ତୁ, ଏହି ଘଟଣାରେ ସମସ୍ତେ ସୁରକ୍ଷିତ ଅଛନ୍ତି, କାହାକୁ କୌଣସି ପ୍ରକାର ଆଘାତ ଲାଗିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri