ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ଖୋଦ୍ ପୂର୍ବତନ ସମିତି ସଭ୍ୟ ଛାୟାକାନ୍ତ ପ୍ରଧାନ ଗଣମାଧ୍ୟମକୁ ସୂଚନା ଦେଇ ଏହି ସାଂଘାତିକ ଅଭିଯୋଗ ଆଣିଛନ୍ତି।

ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ରହିଛି ଯେ ଆବାସ ଯୋଜନାରେ କୌଣସି ଯୋଗ୍ୟ ହିତାଧିକାରୀ ଯେପରି ବାଦ ନ ପଡ଼ନ୍ତି। ମାତ୍ର ପାଳିବନ୍ଧ ପଞ୍ଚାୟତରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ବୋଲି ଶ୍ରୀ ପ୍ରଧାନ ଅଭିଯୋଗ କରିଛନ୍ତି। ଏଡିଓ (ADO) ଦଣ୍ଡପାଣି ବେହେରା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ସର୍ଭେ କରିଥିବା ସମୟରେ ହିତାଧିକାରୀ ଚୟନ ପ୍ରକ୍ରିୟାରେ ବ୍ୟାପକ ଦୁର୍ନୀତି ହୋଇଥିବା ସେ ଦର୍ଶାଇଛନ୍ତି। ପ୍ରକୃତ ଗାଇଡ୍‌ଲାଇନ୍‌କୁ ଜଳାଞ୍ଜଳି ଦେଇ କେଉଁ ନିୟମରେ ଆବାସ ଗୃହ ପାଇଁ ସର୍ଭେ କରାଯାଇଛି ବୋଲି ସେ ପ୍ରଶ୍ନ କରିଛନ୍ତି।

କେବଳ ଆବାସ ଯୋଜନା ନୁହେଁ, ପଞ୍ଚାୟତରେ ବିନା ଗ୍ରାମସଭାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ନିର୍ମାଣ କରାଯାଉଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି। ସେହିପରି ମନରେଗା (MGNREGS) ଯୋଜନାରେ କୌଣସି ଆନୁଷ୍ଠାନିକ ମାପଚୁପ ବିନା କାର୍ଯ୍ୟ କରାଯାଉଥିବା ନେଇ ବ୍ଲକ ସାମାଜିକ ସମୀକ୍ଷା ଶିବିରରେ ନାୟବ ସରପଞ୍ଚ ପ୍ରଶ୍ନ କରିଥିଲେ ମଧ୍ୟ ସେଥିରୁ କୌଣସି ସନ୍ତୋଷଜନକ ଉତ୍ତର ମିଳି ନଥିଲା।

ଏହି ସମଗ୍ର ବିଷୟରେ ମତାମତ ନେବା ପାଇଁ ଏଡିଓ ଦଣ୍ଡପାଣି ବେହେରାଙ୍କୁ ଫୋନ୍ କରାଯାଇଥିଲେ ମଧ୍ୟ ସେ ଫୋନ୍ ରିସିଭ୍ କରିନଥିଲେ। ଅନ୍ୟପକ୍ଷରେ ବ୍ଲକ ବିଡ଼ିଓ (BDO) ଅଚ୍ୟୁତାନନ୍ଦ ଯାନୀଙ୍କୁ ପଚାରିବାରେ ସେ କହିଛନ୍ତି ଯେ, ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କ ଅଭିଯୋଗ ଆଧାରରେ ପୁନଃ ସର୍ଭେ ପାଇଁ ୧୫ ଦିନର ସମୟ ଧାର୍ଯ୍ୟ କରାଯାଇଥିଲା। ଉକ୍ତ ସର୍ଭେ ତଦନ୍ତ ପରେ ଯଦି କୌଣସି ଦୁର୍ନୀତି ପଦାକୁ ଆସେ, ତେବେ ନିଶ୍ଚିତ ଭାବେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri