ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହେଉଛି । ଶିଶୁଙ୍କ ମୃତ୍ୟୁ ହେବା ପରେ କିଛି ସମୟ ପର୍ଯ୍ୟନ୍ତ ଡାକ୍ତରଖାନା ଭିତରେ ପରିବାର ଲୋକେ ଉତ୍ତେଜନା କରୁଥିବା ଦେଖାଯାଇଥିଲା ।

ଏଘଟଣା ସମ୍ପର୍କରେ ଖପର ପାଇଁ ଘଟଣାସ୍ଥଳକୁ ପାଟଣାଗଡ଼ ପୋଲିସ ପହଞ୍ଚି ପରିବାର ବର୍ଗଙ୍କୁ ବୁଝାସୁଝା କରିଥିଲା । ସୂଚନା ଅନୁସାରେ, ପାଟଣାଗଡ ଥାନା ଚିଙ୍ଗେରବନ୍ଦ ଗାଁର ଶରତ ମେହେରଙ୍କ ସ୍ତ୍ରୀ ଗର୍ଭ ବେଦନା ହେବାରୁ ମଙ୍ଗଳବାର ରାତ୍ରି ୮ଟା ସମୟରେ ପାଟଣାଗଡ ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ତାଙ୍କ ସ୍ତ୍ରୀ ଏକ ଶିଶୁ ପୁତ୍ର ଜନ୍ମ ଦେଇଥିଲେ । କିନ୍ତୁ ଡାକ୍ତର ଖାନାରେ କୌଣସି ଡାକ୍ତର ନଥିବାରୁ ଶିଶୁଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ । ଏନେଇ ନେଇ କିଛି ସମୟ ପର୍ଯ୍ୟନ୍ତ ଡାକ୍ତରଖାନା ଭିତରେ ପରିବାର ଲୋକେ ହୋହାଲ୍ଲା କରିଥିଲେ ।

ସକାଳ ପର୍ଯ୍ୟନ୍ତ ଡ଼ାକ୍ତରଙ୍କ ଦେଖାନଥିବାରୁ ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ଏଘଟଣା ସମ୍ପର୍କରେ ପାଟଣାଗଡ଼ ଉପଖଖ୍ତ ଚିକିତ୍ସା ଅଧିକାରୀଙ୍କୁ ପଚାରିବାରୁ ମୁଁ ଆଜି ଏଘଟଣା ସମ୍ପର୍କରେ ଜାଣିବାକୁ ପାଇଲି । ନୂଆ ନୂଆ ଏହି ହସ୍ପିଟାଲ ହୋଇଛି ସେଥିପାଇଁ ଟିକେ ଡ୍ୟୁଟି ପାଇଁ ଅସୁବିଧା ହେଉଛି । ଆମେ ଦୁଇଜଣ ଡାକ୍ତରଙ୍କୁ ଦେବୁ ସେମାନେ ରେଗୁଲାର ଡ୍ଯୁଟି କରିବେ । ଆଜି ୫ ଟାରେ ଗୋଟିଏ ବୈଠକ ଅଛି ତାର ସମାଧାନ କରିବୁ ବୋଲି ତାଙ୍କର ପ୍ରତିକ୍ରିୟା ରଖିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?