କଟକରେ ଡେଙ୍ଗୁ ମୃତ୍ୟୁ ଅଭିଯୋଗ

କଟକ ଅଫିସ,୧୯/୮: କଟକ ମହାନଗର ନିଗମ ଅନ୍ତର୍ଗତ ଓ୍ବାର୍ଡ ନଂ. ୨୬ ଭଗତପୁର ଅଞ୍ଚଳର ଡେଙ୍ଗୁରେ ଆକ୍ରାନ୍ତ ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ଦୀପକ ମୁଦୁଲି (୩୬)। ପରିବାର ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଗତ ସପ୍ତାହରେ ଦୀପକଙ୍କୁ ଜ୍ୱର ହୋଇଥିଲା। ସେ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ। ଗତ ୧୫ ତାରିଖରେ ରକ୍ତ ନମୁନା ପରୀକ୍ଷାରୁ ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ତେବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ ବୁଧବାର ସକାଳେ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଛି। ତେବେ ଏସମ୍ପର୍କରେ ସରକାରୀ ଭାବେ କୌଣସି ସୂଚନା ଦିଆଯାଇ ନାହିଁ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟଙ୍କୁ ପଚାରିବାରୁ ଏନେଇ ତାଙ୍କ ନିକଟରେ କୌଣସି ତଥ୍ୟ ହସ୍ତଗତ ହୋଇନାହିଁ। ଏସ୍‌ସିବି ମେଡିକାଲରୁ ତଥ୍ୟ ମିଳିଲେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ସହରରେ ଏହା ପୂର୍ବରୁ କୌଣସି ଡେଙ୍ଗୁ ମୃତ୍ୟୁ ହୋଇନାହିଁ। ସରକାରୀ ଭାବେ ଘୋଷଣା କରାଗଲେ ଚଳିତ ବର୍ଷର ଏହା ପ୍ରଥମ ଡେଙ୍ଗୁ ମୃତ୍ୟୁ ହେବ ବୋଲି ଡା. ଛୋଟରାୟ କହିଛନ୍ତି। ଅପରପକ୍ଷରେ କଟକ ମହାନଗର ନିଗମ(ସିଏମ୍‌ସି)ର ଖାମଖିଆଲ ମନୋଭାବ ଯୋଗୁ ଜଣେ ଯୁବକଙ୍କ ଡେଙ୍ଗୁରେ ଜୀବନ ଗଲା ବୋଲି ୨୬ ନଂ. ଓ୍ବାର୍ଡ କର୍ପୋରେଟର ଗଗନ ଓଝା କହିଛନ୍ତି। ଏହି ଓ୍ବାର୍ଡ ଡେଙ୍ଗୁ ପ୍ରଭାବିତ ହୋଇଥିବା ନେଇ ସିଏମ୍‌ସିକୁ ବାରମ୍ବାର ଅବଗତ କରାଯାଇଥିଲେ ସୁଦ୍ଧା କିଛି ସୁଫଳ ମିଳୁ ନାହିଁ। ମଶା ତେଲ ମଧ୍ୟ ଠିକ୍‌ରେ ପକାଯାଉ ନାହିଁ ବୋଲି ଗଗନ କହିଛନ୍ତି। ତେବେ ଏଭଳି ଅଭିଯୋଗକୁ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ପ୍ରତ୍ୟେକ ଦିନ ସହରର ସବୁ ସ୍ଥାନରୁ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଟାୟାର ଉଠାଯାଉଛି ା ସେହିପରି ଲୋକଙ୍କୁ ସଚେତନ କରିବା ପାଇଁ ଆଶା କର୍ମୀଙ୍କୁ ନିୟୋଜିତ କରାଯାଇଛି ା ପ୍ରତ୍ୟେକ ରବିବାର ଡ୍ରାଏ ଡେ’ ମଧ୍ୟ ପାଳନ କରାଯାଉଛି। ସବୁ ପ୍ରକାର କାର୍ଯ୍ୟ ଜାରି ରହିଥିବାରୁ ଗତ ଜାନୁୟାରୀରୁ ବର୍ତ୍ତମାନ ପର୍ଯ୍ୟନ୍ତ ମାତ୍ର ୧୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଉପଯୁକ୍ତ ଚିକିସତ୍ା ନ ମିଳିବା କାରଣରୁ ଲୋକଙ୍କ ମୃତ୍ୟୁ ହୋଇଛି ା ଏଥିପାଇଁ ମହାପାତ୍ର ଘରୋଇ ହସ୍ପିଟାଲକୁ ଦାୟୀ କରିଛନ୍ତି। କାରଣ ଘରୋଇ ହସ୍ପିଟାଲରେ ଆବଶ୍ୟକ ଚିକିତ୍ସା ସୁବିଧା ନ ଥାଇ ଡେଙ୍ଗୁ ରୋଗୀଙ୍କୁ ଚିକିତ୍ସା କରାଯାଉଛି, ରୋଗୀ ଗୁରୁତର ହେବା ପରେ ତାଙ୍କୁ ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଉଛି। ଯଦି କୌଣସି ଡେଙ୍ଗୁ ରୋଗୀ ଆସୁଛନ୍ତି, ତେବେ ତୁରନ୍ତ ତାଙ୍କୁ ଏସ୍‌ସିବି ପଠାଇବାକୁ ସହରର ସମସ୍ତ ଘରୋଇ ହସ୍ପିଟାଲ୍‌କୁ ନୋଟିସ କରାଯାଇଥିବା ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri