ରାଜଧାନୀରେ ଗଣବଳାତ୍କାର ଅଭିଯୋଗ: ଘରେ ଛାଡିଦେବେ କହି ଅପହରଣ କରିନେଇ…

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜଧାନୀରେ ଜଣେ ମହିଳା ଗଣବଳାତ୍କାରର ଶିକାର ହୋଇଛନ୍ତି। ଗତ ଫେବୃୟାରୀ ମାସରେ ଏହି ଘଟଣା ଘଟିଥିଲେ ମଧ୍ୟ ପୀଡିତା ଜଣକ ନ୍ୟାୟ ପାଇଁ ପୋଲିସ କମିଶନରଙ୍କ ଦ୍ୱାରସ୍ଥ ହେବାପରେ ଘଟଣା ପଦାକୁ ଆସିଛି। ପୋଲିସ ଅଭିଯୋଗ ରଖୁ ନ ଥିବା ପୀଡିତା ଜଣକ ଜଣାଇବା ସହ ନ୍ୟାୟ ନିବେଦନ କରିଛନ୍ତି। କମିଶନରଙ୍କ ନିର୍ଦ୍ଦେଶ ପରେ ଲକ୍ଷ୍ମୀସାଗର ଥାନା ପୋଲିସ ୧୦୦/୨୧ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଶନିବାର ପୋଲିସ ଥାନାରେ ପୀଡିତାଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀ ମାଇନା କରିଛି।

ପୀଡିତା ଜଣକ ଗତ ଫେବୃୟାରୀ ୨୬ରେ ବାପଘର ବୁଦ୍ଧେଶ୍ୱରୀ କଲୋନୀରୁ ଶାଶୁଘର ହଳଦୀପଡିଆ ବସ୍ତି ଅଞ୍ଚଳକୁ ରାତି ପ୍ରାୟ ୧୦ଟାରେ ଚାଲି ଚାଲି ଫେରୁଥିଲେ। ବାଟରେ ୪ଜଣ ବ୍ୟକ୍ତି ତାଙ୍କୁ ଘରେ ଛାଡିଦେବେ କହି ଅପହରଣ କରିନେଇ ବିଭିନ୍ନ ସ୍ଥାନରେ ବଳାତ୍କାର କରିଥିଲେ। ସେହି ରାତିରେ ପୀଡିତା ଜଣକ ଥାନାରେ ଅଭିଯୋଗ କରିଥିଲେ। ବିଳମ୍ବିତ ରାତି ହୋଇଯାଇଥିବାରୁ ଓ ଅଭିଯୁକ୍ତମାନେ ପୁଣି କିଛି ଘଟାଇବାର ଆଶଙ୍କା କରି ସେ ଥାନା ନିକଟ ଏକ ମନ୍ଦିରରେ ରାତ୍ରିଯାପନ କରିଥିଲେ। ପାହାନ୍ତାରୁ ନିଜ ଘରକୁ ଯାଉଥିବାବେଳେ ପୁଣି ୩ଜଣ ବ୍ୟକ୍ତି ପୁନର୍ବାର ତାଙ୍କୁ ବଳାତ୍କାର କରିଥିଲେ। ଏନେଇ ଲକ୍ଷ୍ମୀସାଗର ଥାନାରେ ପୁନର୍ବାର ଅଭିଯୋଗ କରିବାକୁ ଯାଇଥିଲେ ମଧ୍ୟ ପୀଡିତାଙ୍କ ଅଭିଯୋଗକୁ ପୋଲିସ ଗ୍ରହଣ କରି ନ ଥିଲା। ଏପଟେ ଅଭିଯୁକ୍ତମାନେ ନାନା ଭାବେ ତାଙ୍କୁ ଧମକ ବି ଦେଇ ଆସୁଥିଲେ। ଶେଷରେ ଗତ ୪ଦିନ ତଳେ ପୀଡିତା ଜଣକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଏନେଇ ଅଭିଯୋଗ କରିଥିଲେ। ପୀଡିତା ଜଣକ ପୋଲିସ କମିଶନରଙ୍କ ଦ୍ୱାରସ୍ଥ ହୋଇଥିଲେ।

ଥାନା ଅଧିକାରୀ ଭରତ ଚରଣ ସାହୁ କହିଛନ୍ତି, ପୀଡିତା ଜଣକ ଗତ ଫେବୃୟାରୀ ମାସରେ ଅଭିଯୋଗ କରିବାକୁ ଥାନାକୁ ଆସି ନ ଥିଲେ। ୪ଦିନ ତଳେ ସେ ଅଭିଯୋଗ କରିବା ପରେ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଛି। ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ସନ୍ତୋଷଜନକ ଉତ୍ତର ଦେଇପାରୁ ନ ଥିବାରୁ ସତ୍ୟତା ଉନ୍ମୋଚନ ଓ ଅଭିଯୁକ୍ତଙ୍କୁ ଚିହ୍ନଟ ପାଇଁ ଚେଷ୍ଟା ଚାଲିଛି। ପୂର୍ବ ଶତ୍ରୁତାରୁ ଏଭଳି ଅଭିଯୋଗ ହୋଇଥିବା ଜଣାପଡୁଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଅଭିଯୁକ୍ତଙ୍କୁ ଦେଖିଲେ ଚିହ୍ନି ପାରିବେ ବୋଲି ପୀଡିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri