ପ୍ରଭାବିତ ହେଉଛି ପାଠପଢ଼ା

ବଅଁରପାଳ,୨୪ା୬ (ଉପେନ୍ଦ୍ର ରାଉତ): ସ୍କୁଲ ସ୍ଥାପନ ବେଳେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେଥିପାଇଁ ୭ ଜଣ ଶିକ୍ଷକଙ୍କୁ ନିଯୁକ୍ତି ମିଳିଥିଲା। ପ୍ରତିବର୍ଷ ମାଟ୍ରିକ ପରୀକ୍ଷାରେ ଶିକ୍ଷାନୁଷ୍ଠାନ ଭଲ ଫଳାଫଳ କରୁଥିଲା। ହେଲେ କିଛିବର୍ଷ ହେଲା ଏହି ସଫଳ ଶିକ୍ଷାନୁଷ୍ଠାନ ପ୍ରତି ସରକାରୀ ଅବହେଳା ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ହେଉଛି। ବିଶେଷକରି ଶିକ୍ଷକ ନିଯୁକ୍ତି ଦିଗ ପ୍ରତି ଆଖିବୁଜି ଦିଆଯାଇଛି। ଏହି କାରଣରୁ ୧୨ ଜଣ ଶିକ୍ଷକଙ୍କ ସ୍ଥାନରେ ମାତ୍ର ୬ ଜଣରେ ଶିକ୍ଷାଦାନ ଚାଲିଛି। ଏଥିଯୋଗୁ ଅନୁଗୋଳ ଜିଲା ବଅଁରପାଳ ବ୍ଲକସ୍ଥିତ କୁଲାଡ଼ ଆଲୁମିନିୟମ ହାଇସ୍କୁଲରେ ପାଠପଢ଼ା ପ୍ରଭାବିତ ହେଉଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି।
୧୯୮୫ ମସିହାରେ ନାଲ୍‌କୋ ଆଲୁମିନିୟମ ପ୍ଲାଣ୍ଟକୁ ନେଇ କୁଲାଡ଼ ଆଲୁମିନିୟମ ହାଇସ୍କୁଲ ସ୍ଥାପିତ ହୋଇଥିଲା। ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ଉଦ୍ୟମରେ ଏହି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ଲାଭ କରିଥିଲା। ସ୍କୁଲ ଆରମ୍ଭ ବେଳେ ୭ ଜଣ ଶିକ୍ଷକରେ ଶିକ୍ଷାଦାନ ଚାଲିଥିବା ବେଳେ ଏବେ ଉକ୍ତ ପଦବୀ ସଂଖ୍ୟା ୧୨ରେ ପହଞ୍ଚିଛି। ହେଲେ ବର୍ତ୍ତମାନ ମାତ୍ର ୬ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଅବସରପ୍ରାପ୍ତ ଶିକ୍ଷକ। ପ୍ରାଥମିକ ବିଦ୍ୟାଳୟରୁ ୨ ଜଣ ଶିକ୍ଷକଙ୍କୁ ଅଣାଯାଇଥିବା ବେଳେ ପ୍ରଧାନ ଶିକ୍ଷକଙ୍କୁ କଞ୍ଜରା ବିଦ୍ୟାଳୟରୁ ଡେପୁଟେଶନରେ ଏଠାକୁ ଅଣାଯାଇ ଅବସ୍ଥାପିତ କରାଯାଇଛି। ଆହୁରି ୬ ଶିକ୍ଷକ ପଦବୀ ସହ କିରାଣି ପଦବୀ ଦୀର୍ଘଦିନ ହେଲା ଖାଲିପଡିଛି। ୯ମ ଓ ଦଶମ ଶ୍ରେଣୀରେ ବର୍ତ୍ତମାନ ୧୬୩ ଜଣ ଛାତ୍ରୀଛାତ୍ର ଏହି ବିଦ୍ୟାଳୟରେ ପଢ଼ୁଥିବା ବେଳେ କଳା, ଗଣିତ, ସଂସ୍କୃତ, ହିନ୍ଦୀ ଓ ଖେଳ ଶିକ୍ଷକ ପଦବୀରେ କାହାକୁ ନିଯୁକ୍ତି ମିଳିନାହିଁ। ଫଳରେ ଏସବୁ ବିଷୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଅତୀତରେ ଏହି ଶିକ୍ଷାନୁଷ୍ଠାନ ଭଲ ରେଜଲ୍ଟ କରୁଥିଲା। ଏଠାରେ ପଢ଼ିଥିବା ଅନେକ ଛାତ୍ରୀଛାତ୍ର ଏବେ ସମାଜରେ ପ୍ରତିଷ୍ଠାଲାଭ କରିପାରିଛନ୍ତି। ମାତ୍ର ଦୀର୍ଘଦନ ହେଲା ଏପରି ଏକ ସଫଳ ବିଦ୍ୟାଳୟ ପ୍ରତି ଅବହେଳା ପ୍ରଦର୍ଶନ କରାଯିବା ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷର କାରଣ ହୋଇଛି। ରାଜ୍ୟ ସରକାରଙ୍କ ମୋ ସ୍କୁଲ ଅଭିଯାନରେ ପୁରାତନ ଛାତ୍ରୀଛାତ୍ରମାନେ ପ୍ରାୟ ୪ ଲକ୍ଷ ଟଙ୍କା ସହାୟତା କରିଛନ୍ତି। ସେହିପରି ସରକାରଙ୍କ ପକ୍ଷରୁ ସ୍କୁଲର ଉନ୍ନତୀକରଣ ପାଇଁ ପ୍ରାୟ ୧୧ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ହେଲେ ନୂତନ ଶିକ୍ଷକ ନିଯୁକ୍ତି ଦିଗରେ ପଦକ୍ଷେପ ନିଆଯାଉ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ନେଇ ଅଭିଭାବକ ମହଲରେ ଚିନ୍ତା ବଢ଼ିଯାଇଛି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ କହିଛନ୍ତି, ସରକାର ଅଧିକ ଶିକ୍ଷକ ନିଯୁକ୍ତି ଦେଲେ ଉକ୍ତ ସ୍କୁଲରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?