ଏମ୍‌ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି

କଟକ ଅଫିସ,୬।୯: ଓଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍‌ପି ଅନୁଭବଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏ ନେଇ କଟକ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଘରୋଇ ହିଂସାରୁ ମିହଳାଙ୍କୁ ସୁରକ୍ଷା ଆଇନ-୨୦୦୫ ଅନୁଯାୟୀ ଦଫା ୧୨, ୧୭, ୧୮, ୧୯, ୨୦, ୨୨ରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଓଡ଼ିଆ ସିନେଜଗତ ସମେତ ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ବର୍ଷା ପିଟିଶନରେ ଦର୍ଶାଇଛନ୍ତି, ଅନୁଭବ ଜଣେ ମଦ୍ୟପ। ସେ ଅନେକ ସମୟରେ ନିଜ ବନ୍ଧୁମାନଙ୍କୁ ଆଣି ଶୟନ କକ୍ଷରେ ବସାଇ ମଦ୍ୟପାନ କରାନ୍ତି। ବିବାହ ପରେ ଅନେକ ଚଳଚ୍ଚିତ୍ରରେ ଉଭୟ ଏକତ୍ର କାର୍ଯ୍ୟ କରିଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ସେ ତାଙ୍କ ପାରିଶ୍ରମିକ ପାଇନାହାନ୍ତି। ଅନ୍ୟପକ୍ଷରେ ଭରଣପୋଷଣ ବାବଦକୁ ବର୍ଷା ୧୫ କୋଟି ଟଙ୍କା ଦାବି କରିଥିବା ଜଣାପଡ଼ିଛି। ସେଥିମଧ୍ୟରେ ୧୩ କୋଟି ଟଙ୍କା କ୍ଷତିପୂରଣ ଓ ରୋଜଗାର ହରାଇଥିବାରୁ ୨ କୋଟି ଟଙ୍କା ବର୍ଷା ଦାବି କରିଛନ୍ତି। ଏହାଛଡା ମାସିକ ୨୦ ହଜାର ଟଙ୍କା ଘର ଭଡ଼ା ଓ ଚଳିବା ପାଇଁ ମାସିକ ଖର୍ଚ୍ଚ ୫୦ ହଜାର ଟଙ୍କା ଦେବାକୁ ବର୍ଷା ପିଟିଶନରେ ଉଲ୍ଲେଖ କରିଛନ୍ତି। ଏ ସଂକ୍ରାନ୍ତରେ ଜିଲା ପ୍ରୋଟେକ୍ସନ ଅଫିସରଙ୍କ ଠାରୁ ଅଦାଲତ ରିପୋର୍ଟ ତଲବ କରିଥିବା ସୂଚନା ମିଳିଛି । ଏ ନେଇ ଅନୁଭବ ପ୍ରତିକ୍ରିୟାରେ କହିଛନ୍ତି, ମୋ ପାଖକୁ ସେମିତି କୌଣସି ଲିଗାଲ ନୋଟିସ ଆସିନି। ଯେବେ ଆସିବ ମୁଁ ସେ ବିଷୟରେ ଜଣାଇବି।


Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?