ଅର୍ପଣ ଚାଉଳରେ ଉଷୁନା ମିଶିଥିବା ଅଭିଯୋଗ

ପୁରୀ,୬ା୨(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ସାରା ରାଜ୍ୟରେ ଅର୍ପଣ ରଥ ବୁଲିଥିଲା। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତମାନେ ଗୁଆ ଓ ଚାଉଳ ଦାନ କରିଥିଲେ। ଉକ୍ତ ଚାଉଳରେ ଖେଚୁଡ଼ି ଓ କାନିକା ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କ ନିକଟରେ ଭୋଗ ଲଗାଯାଇ ଭକ୍ତଙ୍କୁ ବଣ୍ଟାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ଚାଉଳର ମାନ ନିରୀକ୍ଷଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ସବ୍‌କମିଟି ଗଠନ କରାଯାଇଥିଲା। ଚାଉଳର ମାନ ନିରୀକ୍ଷଣ ପରେ ରବିବାର ସେହି ଚାଉଳରେ ଖେଚୁଡ଼ି ଓ କାନିକା ପ୍ରସ୍ତୁତ କରାଯାଇ ଭକ୍ତଙ୍କୁ ବଣ୍ଟାଯାଇଥିଲା। ଯାହାକୁ ନେଇ ଭକ୍ତମାନେ ଖୁସି ପ୍ରକାଶ କରିଥିଲେ। ତେବେ ସୋମବାର ସୁଆର ମହାସୁଆର ନିଯୋଗର ବରିଷ୍ଠ ସେବାୟତ ତଥା ଉକ୍ତ କମିଟିର ସଦସ୍ୟ ଦାମୋଦର ମହାସୁଆର ଅର୍ପଣ ଚାଉଳରୁ ଉଷୁନା ବାହାରିଥିବା ନେଇ ଅଭିଯୋଗ ଆଣିଛନ୍ତି। ଦାମୋଦର କହିଛନ୍ତି, ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଉଷୁନା ଚାଉଳରେ ମହାପ୍ରସାଦ ପ୍ରସ୍ତୁତ ହୋଇପାରିବନାହିଁ। ତେଣୁ ଏହି ଚାଉଳରେ ମହାପ୍ରସାଦ ପ୍ରସ୍ତୁତି ବନ୍ଦ କରାନଗଲେ ସେ ଆମରଣ ଅନଶନ କରିବେ। ରବିବାର ଅର୍ପଣ ଚାଉଳକୁ ସେ ନିରୀକ୍ଷଣ କରିଥିଲେ, ମାତ୍ର ତାଙ୍କ ନଜରରେ ଉଷୁନା ଚାଉଳ ଆସିନଥିଲା। ତେବେ ସୋମବାର ସେ ଚାଉଳ ଯାଞ୍ଚ କଲାବେଳେ ଅରୁଆଚାଉଳରେ ଉଷୁନା ଚାଉଳ ମିଶିଥିବା ଦେଖିବାକୁ ପାଇଥିଲେ। ଏ କଥା ଅନ୍ୟମାନଙ୍କୁ ଜଣାଇଥିଲେ। କିନ୍ତୁ କେହି ତାଙ୍କ କଥା ନ ଶୁଣିବାରୁ ସେ ବାଧ୍ୟହୋଇ ଗଣମାଧ୍ୟମ ସାମ୍ନାକୁ ଆସିଲେ। ଏ ସଂକ୍ରାନ୍ତରେ ସେ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକଙ୍କୁ ଜଣାଇବେ ବୋଲି ଦାମୋଦର କହିଛନ୍ତି। ତେବେ ଏ ନେଇ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ସୁଆର ମହାସୁଆର ନିଯୋଗର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri