Odisha Elections 2024

ଅର୍ପଣ ଚାଉଳରେ ଉଷୁନା ମିଶିଥିବା ଅଭିଯୋଗ

ପୁରୀ,୬ା୨(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ସାରା ରାଜ୍ୟରେ ଅର୍ପଣ ରଥ ବୁଲିଥିଲା। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତମାନେ ଗୁଆ ଓ ଚାଉଳ ଦାନ କରିଥିଲେ। ଉକ୍ତ ଚାଉଳରେ ଖେଚୁଡ଼ି ଓ କାନିକା ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କ ନିକଟରେ ଭୋଗ ଲଗାଯାଇ ଭକ୍ତଙ୍କୁ ବଣ୍ଟାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ଚାଉଳର ମାନ ନିରୀକ୍ଷଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ସବ୍‌କମିଟି ଗଠନ କରାଯାଇଥିଲା। ଚାଉଳର ମାନ ନିରୀକ୍ଷଣ ପରେ ରବିବାର ସେହି ଚାଉଳରେ ଖେଚୁଡ଼ି ଓ କାନିକା ପ୍ରସ୍ତୁତ କରାଯାଇ ଭକ୍ତଙ୍କୁ ବଣ୍ଟାଯାଇଥିଲା। ଯାହାକୁ ନେଇ ଭକ୍ତମାନେ ଖୁସି ପ୍ରକାଶ କରିଥିଲେ। ତେବେ ସୋମବାର ସୁଆର ମହାସୁଆର ନିଯୋଗର ବରିଷ୍ଠ ସେବାୟତ ତଥା ଉକ୍ତ କମିଟିର ସଦସ୍ୟ ଦାମୋଦର ମହାସୁଆର ଅର୍ପଣ ଚାଉଳରୁ ଉଷୁନା ବାହାରିଥିବା ନେଇ ଅଭିଯୋଗ ଆଣିଛନ୍ତି। ଦାମୋଦର କହିଛନ୍ତି, ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଉଷୁନା ଚାଉଳରେ ମହାପ୍ରସାଦ ପ୍ରସ୍ତୁତ ହୋଇପାରିବନାହିଁ। ତେଣୁ ଏହି ଚାଉଳରେ ମହାପ୍ରସାଦ ପ୍ରସ୍ତୁତି ବନ୍ଦ କରାନଗଲେ ସେ ଆମରଣ ଅନଶନ କରିବେ। ରବିବାର ଅର୍ପଣ ଚାଉଳକୁ ସେ ନିରୀକ୍ଷଣ କରିଥିଲେ, ମାତ୍ର ତାଙ୍କ ନଜରରେ ଉଷୁନା ଚାଉଳ ଆସିନଥିଲା। ତେବେ ସୋମବାର ସେ ଚାଉଳ ଯାଞ୍ଚ କଲାବେଳେ ଅରୁଆଚାଉଳରେ ଉଷୁନା ଚାଉଳ ମିଶିଥିବା ଦେଖିବାକୁ ପାଇଥିଲେ। ଏ କଥା ଅନ୍ୟମାନଙ୍କୁ ଜଣାଇଥିଲେ। କିନ୍ତୁ କେହି ତାଙ୍କ କଥା ନ ଶୁଣିବାରୁ ସେ ବାଧ୍ୟହୋଇ ଗଣମାଧ୍ୟମ ସାମ୍ନାକୁ ଆସିଲେ। ଏ ସଂକ୍ରାନ୍ତରେ ସେ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକଙ୍କୁ ଜଣାଇବେ ବୋଲି ଦାମୋଦର କହିଛନ୍ତି। ତେବେ ଏ ନେଇ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ସୁଆର ମହାସୁଆର ନିଯୋଗର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri