ସିର୍କାବର୍ଗରେ ଜମି ବିବାଦ: ଘର ଭାଙ୍ଗି ଲୁଟ୍‌ ଅଭିଯୋଗ

ଦାରିଙ୍ଗବାଡ଼ି,୧୨ା୧୦: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିର୍କାବର୍ଗ ପଞ୍ଚାୟତର ମାଣିକଯୋଡ଼ି ଗ୍ରାମରେ ଜମି ବିବାଦ ମୁଣ୍ଡ ଟେକିଛି। ଏକ ଅନାବାଦି ଜମିରେ ଦୀର୍ଘବର୍ଷ ଧରି ସେହି ଅଞ୍ଚଳର ଶୁକଦେବ ପ୍ରଧାନ ଘର କରି ରହିଆସୁଥିବା ବେଳେ ସେହିଗ୍ରାମର ଲୋକ ଏହାକୁ ବିରୋଧ କରିବା ସହ ସେହି ଜମିରୁ ଶୁକଦେବଙ୍କୁ ଉଠାଇବାକୁ ଚେଷ୍ଟା କରିଥିଲେ। ସେ ସେଠାରୁ ନ ଉଠିବାରୁ ତାଙ୍କ ଘର ଭାଙ୍ଗି ଘରର ଆସବାବପତ୍ର ସହ ନଗଦ ଟଙ୍କା ଖାଦ୍ୟ ଶସ୍ୟ ଲୁଟି ନେଇଥିବା ଦାରିଙ୍ଗବାଡ଼ି ଥାନାରେ ଅଭିଯୋଗ କରିଛନ୍ତି।ଏନେଇ କେସ ନଂ ୧୨୩/୨୦ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଆଇଆଇସି କୌଶିକ ମାଝି କହିଛନ୍ତି।
ସୂଚନାଯୋଗ୍ୟ, ଶୁକଦେବଙ୍କ ଲିଖିତ ଅଭିଯୋଗରୁ ଜଣାପଡ଼ିଛି, ସେ ଉକ୍ତ ଜମିରେ ଦୀର୍ଘବର୍ଷ ହେଲା ନିଜ ଜେଜେବାପା, ବାପା ଅମଳରୁ ଖଣ୍ଡିଏ ଘର କରି ରହିଥିବା ବେଳେ ତା’ ନିକଟରେ କୁଏରୀ, ଧାନ, ମାଣ୍ଡିଆ ଆଦି ଫସଲ ଚାଷ କରି ପରିବାର ଚଳାଉଛନ୍ତି। ତାଙ୍କ ଘରେ ୨୦ ବସ୍ତା ଧାନ ଥିଲା। ୫୦ରୁ୬୦ ଜଣ ଲୋକ ବିଭିନ୍ନ ମାରଣାସ୍ତ୍ର ଧରି ତାଙ୍କ ଘରେ ପହଞ୍ଚି ଉକ୍ତ ଜମି ଆମର କହି ସେଠାରୁ ଛାଡ଼ି ଚାଲିଯିବାକୁ କହିଥିଲେ। ପରେ ସେମାନେ ତାଙ୍କ ଘରର ଆଜବେଷ୍ଟସ୍‌ ସହ ଘରକୁ ସମ୍ପୂର୍ଣ୍ଣ ଭାଙ୍ଗି ବିଭିନ୍ନ ସାମଗ୍ରୀ ଲୁଟି ନେଇଛନ୍ତି। ପୋଲିସ ଏହାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri