Posted inଜାତୀୟ

‘ବାହ୍ୟଶକ୍ତି ଇଙ୍ଗିତରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ’

ନୂଆଦିଲ୍ଲୀ,୧୩।୧୦: ବାହ୍ୟଶକ୍ତି ଇଙ୍ଗିତରେ ଭାରତ ବିରୋଧରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ଆଣିବା ନୂଆ ନିୟମ ପାଲଟିଯାଇଛି ବୋଲି ମଙ୍ଗଳବାର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ଜଷ୍ଟିସ୍‌ ଅରୁଣ ମିଶ୍ର କହିଛନ୍ତି। ଏନ୍‌ଏଚ୍‌ଆର୍‌ସିର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଜଷ୍ଟିସ୍‌ ମିଶ୍ର କହିଥିଲେ, ଭାରତ ସର୍ବ ଧର୍ମ ସମ ଭାବ ଉପରେ ବିଶ୍ୱାସ କରେ। ସମାଜ ସେବା ସଙ୍ଗଠନଗୁଡ଼ିକ ଏବଂ ମାନବାଧିକାର ରକ୍ଷକମାନେ ଆତଙ୍କବାଦ ଓ ରାଜନୈତିକ ହିଂସାକୁ କଡ଼ା ନିନ୍ଦା କରିବା ଉଚିତ। ଏହି ପ୍ରସଙ୍ଗକୁ ନେଇ ଉଦାସୀନତା ମୌଳବାଦକୁ ଜନ୍ମ ଦେଇଥାଏ। ଇତିହାସ ଏଥିପାଇଁ ଆମକୁ କେବେ ଭୁଲିବ ନାହିଁ। ହିଂସା ବିରୋଧରେ ସ୍ବର ଉତ୍ତୋଳନ କରିବା ସମୟ ଆସିଯାଇଛି। ଭାରତ ଉପରେ ବାହ୍ୟଶକ୍ତି ଇସାରାରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ଆଣିବା ଏକ ନୂଆ ମାପଦଣ୍ଡ ପାଲଟିଯାଇଛି। ପରମ୍ପରା ଓ ଭାଷାଗୁଡ଼ିକୁ ଶେଷ କରିବା ପାଇଁ ଚାଲିଥିବା ଅପଚେଷ୍ଟାକୁ ଦୃଢ଼ ବିରୋଧ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏନ୍‌ଏଚ୍‌ଆର୍‌ସି ମୁଖ୍ୟ ଜଷ୍ଟିସ୍‌ ମିଶ୍ର ସମ୍ବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏବଂ କାର୍ଯ୍ୟକ୍ରମରେ ଉପସ୍ଥିତ ବିଚାରପତିମାନଙ୍କୁ ଧନ୍ୟବାଦ ନେଇଥିଲେ। ଅତ୍ୟନ୍ତ ଲୋକପ୍ରିୟ ଓ ଉଦ୍ୟମୀ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାରେ ସେ ଗର୍ବ ଅନୁଭବ କରୁଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?