‘ବିଜେଡି ସରକାରରେ ମହିଳାଙ୍କୁ ସମ୍ମାନ ଏକ ଫମ୍ପା ଆହ୍ବାନ’

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢୁଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ଉପରେ ପ୍ରଦେଶ ମହିଳା କଂଗ୍ରେସ ବର୍ଷିଛି। କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମହିଳା ନେତ୍ରୀମାନେ କହିଛନ୍ତି, ବିଜେଡି ସରକାରର ମହିଳାକୁ ସମ୍ମାନ ଏକ ଫମ୍ପା ଆହ୍ବାନ। ବିଜେଡି ସରକାରର ୨୩ ବର୍ଷରେ ରାଜ୍ୟର ମହିଳା ଅତି ଶୋଚନୀୟ ଭାବେ ଉପେକ୍ଷିତ ଓ ଅତ୍ୟାଚାରିତ ହୋଇ ରହିଛନ୍ତି। ବିଜେଡିର ଚରିତ୍ର ମା’ଙ୍କୁ ନିର୍ଯାତନା। ବଲାଙ୍ଗୀର ଜିଲାର ଶାସକ ଦଳର ତୁଙ୍ଗ ନେତା ପୂର୍ବତନ ମନ୍ତ୍ରୀ, ତାଙ୍କ ପୁଅ ପୂର୍ବତନ ଏମ୍‌ପିଙ୍କ ବିରୋଧରେ ବଧୂ ନିର୍ଯାତନା ଅଭିଯୋଗ ହୋଇ ମକଦ୍ଦମା ହୋଇ ତଦନ୍ତ ଚାଲୁଛି। କେନ୍ଦ୍ରାପଡ଼ା ବିଧାୟକଙ୍କ ବିରୋଧରେ ବଧୂନିର୍ଯାତନା ଅଭିଯୋଗ ଆସିବା ପରେ ତଦନ୍ତ ଚାଲୁଛି। କେନ୍ଦ୍ରାପଡ଼ାର ଏମ୍‌ପିଙ୍କ ବିରୋଧରେ ନାରୀ ନିର୍ଯାତନାର ଅଭିଯୋଗ ସମସ୍ତେ ଦେଖି ଆସୁଛନ୍ତି। ଜଗତସିଂହପୁର ଜିଲାର ଜଣେ ବିଧାୟକଙ୍କ ବିରୋଧରେ ଜଣେ ଝିଅ ଅଭିଯୋଗ ଆଣୁଛନ୍ତି। ହେଲେ ଆଇନ କେଉଁ ବାଟରେ ଯାଉଛି ତାହା ଜଣାପଡୁ ନାହିଁ। ସେହିପରି ଓଡ଼ିଶାରେ ମହିଳା ସମ୍ପର୍କିତ ଅପରାଧ ଅତ୍ୟନ୍ତ ଉଦ୍‌ବେଗଜନକ। ୨୦୧୨ରେ ଉତ୍ତର ପ୍ରଦେଶ ଓ ଆସାମ ପରେ ଓଡ଼ିଶା ଦେଶର ୩ୟ ରାଜ୍ୟ ଭାବେ ଥିଲା। ଯୌତୁକ ନିର୍ଯାତନା, ବଳାତ୍କାର, ପାରିବାରିକ ହିଂସା କ୍ଷେତ୍ରରେ ଓଡ଼ିଶାର ସ୍ଥିତି ଚିନ୍ତାଜନକ। ୨୦୨୦ ତୁଳନାରେ ୨୦୨୧ରେ ୧୩୭.୮ ପ୍ରତିଶତ ବୃଦ୍ଧି ପାଇଥିଲା। ୨୦୨୩ରେ ଓଡ଼ିଶା ବିଧାନସଭାରେ ଉପସ୍ଥିତ ଘରୋଇ ବିଭାଗର ଶ୍ୱେତପତ୍ର ଅନୁସାରେ ମହିଳା ସମ୍ପର୍କିତ ମାମଲା ବିଚାରାଧୀନ ହୋଇ ପଡ଼ିରହିଥିବା ହେଉଛି ୯୮.୬%। ଭାରତ ବର୍ଷରେ ଏହା ସର୍ବାଧିକ। ଦଣ୍ଡବିଧାନ କ୍ଷେତ୍ରରେ ଓଡ଼ିଶାର ଚିତ୍ର ଅତ୍ୟନ୍ତ ନୈରାଶ୍ୟଜନକ। ଏହି ପ୍ରସଙ୍ଗରେ ପ୍ରଦେଶ ମହିଳା କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରାଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri