ଅନୁଦାନ ରାଶି ବଣ୍ଟନରେ ପାତରଅନ୍ତର ଅଭିଯୋଗ

ଲୋଇସିଂହା,୧୩ା୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତକୁ ଅନୁଦାନ ରାଶି ବଣ୍ଟନରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହେଉଛି। ଏହି ଘଟଣାରେ କେତେକ ପଞ୍ଚାୟତର ଅସନ୍ତୁଷ୍ଟ ସରପଞ୍ଚ ଓ ସମିତି ସଭ୍ୟାସଭ୍ୟ ବିଡିଓ ରାମଚନ୍ଦ୍ର ଖାଡ଼ିଆଙ୍କୁ ଗୁରୁବାର ଭେଟିଥିଲେ। କାହିଁକି କେତେକ ପଞ୍ଚାୟତରେ ଉକ୍ତ ଅନୁଦାନ ରାଶି ସୀମିତ ରଖଯାଇଛି। କାହା ଚାପରେ ଏସବୁ ଅନିୟମିତତା କରାଯାଇଛି କହି ସଭ୍ୟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲୋ। ଏହାପରେ ବିଡିଓ ଖାଡିଆ ସେ ଜାଣି ନ ଥିବା କହିଥିଲେ। ବଣ୍ଟନ ହୋଇଥିବା ଅନୁଦାନ ରାଶି ସପ୍ତାହକ ମଧ୍ୟରେ ବାତିଲ କରି ସମସ୍ତ ପଞ୍ଚାୟତକୁ ଭାଗ ବଣ୍ଟା କରି ଦେବାକୁ ଅସନ୍ତୁଷ୍ଟ ଜନପ୍ରତିନିଧିଙ୍କୁ ବିଡିଓ ପ୍ରତିଶ୍ରୁତି ଦେଇଥିଲେ। ସଭ୍ୟମାନଙ୍କୁ ଉନ୍ନୟନ ପ୍ରକଳ୍ପର ପ୍ରସ୍ତାବ ଦେବାକୁ ଆହ୍ବାନ ଦେଇଥିଲେ । ବ୍ଲକ ପ୍ରଶାସନ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷରେ ବ୍ଲକର ୪ରୁ ୫ ପଞ୍ଚାୟତକୁ ସିଏଫ୍‌ସି ଓ ଏସ୍‌ଏଫ୍‌ସି ପାଣ୍ଠିରୁ ୧ କୋଟି ୮୨ ଲକ୍ଷ ୪୪ ହଜାର ୪ ଶହ ଟଙ୍କାର ଅନୁଦାନ ରାଶି ବଣ୍ଟନ କରାଯାଇଛି। ଉକ୍ତ ଅନୁଦାନରେ ପାନୀୟ ଜଳ,ପୋଖରୀ ପୁନରୁଦ୍ଧାର, ରାସ୍ତା ଉନ୍ନତିକରଣ,ସ୍ବଚ୍ଛତା, ମରାମତି ଆଦି କାର୍ଯ୍ୟ ହାତକୁ ନିଆଯାଇଛି। ହେଲେ ବଣ୍ଟନ ଅନୁଦାନ ରାଶି କେତେକ ପଞ୍ଚାୟତରେ ସୀମିତ ରଖିଥିବା  ସରପଞ୍ଚ ଓ ସମିତି ସଭ୍ୟ ଜାଣିବାକୁ ପାଇଥିଲେ। ଏହାକୁ ନେଇ ଅନୁଦାନ ରାଶି ପାଇବାରୁ ବଞ୍ଚିତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ସରପଞ୍ଚ ପ୍ରଶାନ୍ତ ତ୍ରିପାଠୀ,ସୁଦୀପ ସା,କୌସ୍ତୁଭ ସାହୁ, ସମିତିସଭ୍ୟା ପାର୍ବତୀ ତ୍ରିପାଠୀ,ଜ୍ୟୋତ୍ସ୍ନାମୟୀ ନାଗ,ମହାଦେବ ବିଶ୍ୱାଳ,ଭଦ୍ରସେନ ଛତ୍ରିଆ,ବୀରେନ ସାହୁ ପ୍ରମୁଖ ବିଡିଓଙ୍କୁ ଭେଟି ଅଭିଯୋଗ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri