ରାଶନରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଦର୍ଶାଇଛନ୍ତି, ତିଳେଶ୍ୱର, ଦାମବାହାଳ, ଜରପଡା, ଖଡକବାହାଳ, ତେନ୍ତୁଳିପଥର, କୃତ୍ତିବାସପୁର ଗ୍ରାମର ଲୋକେ ଡିଲରଙ୍କଠାରୁ ଖାଉଟି ସାମଗ୍ରୀ ପ୍ରତିମାସରେ ହେନଉଛନ୍ତି। ହେଲେ ଡିଲର ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ଚାଉଳ ଓଜନରେ ଠକେଇ କରୁଛନ୍ତି। ସୋମବାର ଚାଉଳ ବଣ୍ଟନ ବେଳେ ହିତାଧିକାରୀମାନେ ପ୍ରତିବାଦ କରିବାରୁ ଉତ୍ତେଜନା ଦେଖାଯାଇଥିଲା। ତୁରନ୍ତ ଏହି ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ହିତାଧିକାରୀମାନେ ଦାବି କରିଛନ୍ତି। ଏନେଇ ଆଠମଲ୍ଲିକ ଉପଖଣ୍ଡ ଯୋଗାଣ ଅଧିକାରୀ ସିବାଶିଷ ଜେନା କହିନ୍ତି, ଓଜନ ମାପରେ ଠକେଇ ହୋଇଥିବା ସମ୍ପର୍କରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri