ରାଶନ ବଣ୍ଟନରେ ଅନିୟମିତତା ଅଭିଯୋଗ

ଛେଣ୍ଡିପଦା,୨୦ା୮ (ସ୍ବ.ପ୍ର.): ଛେଣ୍ତିପଦା ବ୍ଲକ ପାତ୍ରପଡା ପଞ୍ଚାୟତର ରାଇପାଳ ଗ୍ରାମରେ ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବସୀ ଶୁକ୍ରବାର ବ୍ଲକ ଘେରାଉ କରିବା ସହିତ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଦର୍ଶାଯାଇଛି, ରାଶନ ପ୍ରଦାନରେ ଅନିୟମିତତା ସହ ହିତାଧିକାରୀମାନଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ କରାଯାଉଛି। ରାଶନ ସାମଗ୍ରୀରୁ କିଛି କାଟି ରଖାଯାଉଛି। ଏ ନେଇ ଗ୍ରାମବାସୀ ପୂର୍ବରୁ ବ୍ଲକ୍‌ ପ୍ରଶାସନକୁ ୨ଥର ଅଭିଯୋଗ କରିଥିଲେ। ପ୍ରଶାସନ ଅନ୍ୟ ଜଣେ ଡିଲରଙ୍କୁ ରାଶନ ବଣ୍ଟନ ପାଇଁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଚଳିତ ମାସରେ ପୂର୍ବରୁ ଦାୟିତ୍ୱରେ ଥିବା ଡିଲର ରାଶନ ବଣ୍ଟନ କରିବାକୁ ଆଣିଥିବା ବେଳେ ହିତାଧିକାରୀମାନେ ତାହାକୁ ବିରୋଧ କରିଥିଲେ। ତୁରନ୍ତ ସମ୍ପୃକ୍ତ ଡିଲରଙ୍କୁ ରାଶନ ବଣ୍ଟନରୁ ବାଦ୍‌ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଡିଓ ତ୍ରିବିକ୍ରମ କୁମୁରା କହିଛନ୍ତି, ଯୋଗାଣ ଅଧିକାରୀ ଆସିବା ପରେ ଅଭିଯୋଗର ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

ମୋହମ୍ମଦିଙ୍କୁ ଆଉ ସାଢ଼େ ୭ ବର୍ଷ ଜେଲ

ଦୁବାଇ,୯ା୨(ଏପି):ଇରାନ୍‌ର ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ନର୍ଗେସ ମୋହମ୍ମଦିଙ୍କୁ ଦେଶର ଏକ ଅଦାଲତ ଆଉ ସାଢ଼େ ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛି। ୨୦୨୩ରେ ନୋବେଲ ପୁରସ୍କାର…

ଶ୍ରେଷ୍ଠ ପ୍ରଜାତି ସୃଷ୍ଟି ଲାଗି ଏକସଙ୍ଗେ ୨୦ ମହିଳାଙ୍କୁ ଗର୍ଭବତୀ କରିବାକୁ ଚାହୁଁଥିଲେ ଏପ୍‌ଷ୍ଟିନ୍‌

ନ୍ୟୁୟର୍କ,୯ା୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ଧନୀ ଅର୍ଥ ଲଗାଣକାରୀ ଜେଫ୍ରି ଏପ୍‌ଷ୍ଟିନ୍‌ ଜେନେଟିକ୍‌ ଇଞ୍ଜିନିୟରିଂ ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ବ୍ୟବହାର କରି ମାନବ ଜାତିର…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri