ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅଭିଯୋଗ

ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଝାରବନ୍ଧ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ରେ କେତେକ ଲୋକ ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅବଳମ୍ବନ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଝାରବନ୍ଧ ବ୍ଲକ ଚଣ୍ଡୀଭଟା ଗ୍ରାମର ଅନେକ ଚାଷୀ ବୁଧବାର ବରଗଡ଼ ସମବାୟ ଉପନିବନ୍ଧକ (ଡିଆରସିଏସ୍‌)ଙ୍କ କାର୍ଯ୍ୟାଳୟକୁ ଆସି କରିିଥିଲେ। ଡିଆର୍‌ସିଏସ୍‌ ଯୁଗଳ କିଶୋର ଦାଶଙ୍କୁ ଚାଷୀମାନେ ଅଭିଯୋଗ କରି ବିହିତ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି। ସମ୍ପୃକ୍ତ ଚାଷୀମାନେ ଅଭିଯୋଗ କରିଛନ୍ତି, ଚଣ୍ଡୀଭଟା ଗ୍ରାମର କିଛି ଲୋକ ନିଜ ଉତ୍ତରାଧିକାରୀଙ୍କୁ ଅଣଦେଖା କରି ନିଜ ଭାଗରୁ ଅଧିକ ଜମିରେ ପଞ୍ଜୀକରଣ କରିଛନ୍ତି। ଫଳରେ ଅନେକ ଉତ୍ତରାଧିକାରୀ ଚାଷୀ ପଞ୍ଜୀକରଣ ସମୟରେ ବହୁବିଧ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏପରିକି ନିଜ ଭାଗରେ ରହିଥିବା ଜମିରେ ଚାଷ କରିଥିଲେ ସୁଦ୍ଧା ସେହି ଜମିକୁ ଅନ୍ୟ ଉତ୍ତରାଧିକାରୀ ତାଙ୍କ ନାମରେ ପଞ୍ଜୀକରଣ କରି ଦେଇଥିବା ଅଭିଯୋଗ ହୋଇଛି। ଉକ୍ତ ମୌଜାର ଏଭଳି ଅନେକ ଚାଷୀଙ୍କ ସମସ୍ୟା ଉପୁଜିଛି। ଫଳରେ ସେଭଳି କ୍ଷେତ୍ରରେ ପଞ୍ଜୀକରଣକୁ ରବ୍ଦ କରି ଏହାର ପୁନର୍ବିଚାର କରିବାକୁ ସେମାନେ ଡିଆର୍‌ସିଏସ୍‌ଙ୍କଠାରେ ଦାବି କରିଛନ୍ତି। ଏ ନେଇ ଝାରବନ୍ଧ ପାକ୍ସ ସମ୍ପାଦକଙ୍କୁ ସେମାନେ ଲେଖି ଜଣାଇଥିବା କହିଛନ୍ତି। ଜୟକୃଷ୍ଣ ନାୟକ, ଦୁଃଖୀନାଶନ ନାୟକ, ଭଜନ ନାୟକ, ଗୌରହରି ବିଶ୍ୱାଳଙ୍କ ସମେତ ଅନେକ ଚାଷୀ ଏଭଳି ଅଭିଯୋଗ ନେଇ ବରଗଡ଼ ଡିଆରସିଏସ୍‌ଙ୍କ କାର୍ଯ୍ୟାଳୟକୁ ଆସି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?