ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର ଜିଲାରେ ଚର୍ଚ୍ଚା ଜୋର ଧରିଛି। ଅନ୍ୟପକ୍ଷେ ଜିଲାସ୍ତରରେ ୮୦୦ ମିଟର ଦୌଡ଼ରେ ଭାଗ ନେଇଥିବା ଖେଳାଳିଙ୍କୁ ମନୋନୟନରୁ ବାଦ ଦିଆଯିବା ଖେଳାଳି ଚୟନରେ ଅନିୟମିତତା ନେଇ ବଡ଼ ଅଭିଯୋଗ ହୋଇଛି।

ସୂଚନା ମୁତାବକ, ଗତ ସେପ୍ଟେମ୍ବର ୨୯ରେ ଜିଲାର ରାମେଶ୍ୱର ଷ୍ଟାଡିୟମଠାରେ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ ଖେଳକୁଦ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ୧୪ ବର୍ଷରୁ କମ୍‌ ଏବଂ ୧୭ ବର୍ଷରୁ କମ୍‌ ବାଳିକା ଓ ବାଳକା ବିଭାଗରେ ୧୦୦, ୨୦୦, ୪୦୦, ୮୦୦, ୧୫୦୦, ୩୦୦୦ ମିଟର ଦୌଡ଼କୁଦ ସହ ସଟ୍‌ଫୁଟ୍‌ ଥ୍ରୋ, ଡିସକସ ଥ୍ରୋ ଆଦି ବିଭିନ୍ନ ପ୍ରତିଯୋଗିତା ହୋଇଥିଲା। ଜିଲାର ସମସ୍ତ ବ୍ଲକରୁ ଖେଳାଳିମାନେ ଏଥିରେ ଅଂଶଗ୍ରହଣ କରିଥିଲେ।

ତେବେ ୧୭ ବର୍ଷରୁ କମ୍‌ ବାଳିକା ବିଭାଗର ୮୦୦ ମିଟର ଦୌଡ଼ ପାଇଁ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଥିବା ଖେଳାଳିଙ୍କୁ ମନୋନୀତ ନ କରି ଅନ୍ୟ ଜଣେ ବାଳିକାଙ୍କୁ ରାଜ୍ୟସ୍ତରକୁ ପଠାଯାଇଥିବା ଜଣାପଡ଼ିଛି। ସମ୍ପୃକ୍ତ ଖେଳାଳି ଜିଲାସ୍ତରୀୟ ପ୍ରତିଯୋଗିତାରେ ଦୌଡ଼କୁଦରେ ଭାଗ ନେଇ ନ ଥିବା ଖେଳାଳିମାନେ ପ୍ରକାଶ କରିଛନ୍ତି।

ଜିଲା ଶିକ୍ଷା ଅଧିକାରୀଙ୍କ ଚିଠି ନଂ ୫୧୪୫, ତାରିଖ ୩୦.୯.୨୦୨୬ ଅନୁଯାୟୀ, କେନ୍ଦୁଝରସ୍ଥିତ ଡିଡି ସ୍ପୋର୍ଟସ କମ୍ପ୍ଲେକ୍ସଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ପାଇଁ ଜିଲାରୁ ୧୪ ଓ ୧୭ ବର୍ଷରୁ କମ୍‌ ବର୍ଗର ମୋଟ ୩୦ଜଣ ଖେଳାଳିଙ୍କୁ ପଠାଯାଇଛି।

ଏହି ସମ୍ପର୍କରେ ଜିଲା କ୍ରୀଡ଼ା ନିରୀକ୍ଷକ ବିଶ୍ୱନାଥ ବାଲାଜୀଙ୍କୁ ପଚାରିବାରୁ ସମ୍ପୃକ୍ତ ଛାତ୍ରୀ ଚଳିତ ବର୍ଷ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ ଖେଳକୁଦ ପ୍ରତିଯୋଗିତାରେ ଆହତ ଥିବା ଯୋଗୁଁ ସେ ଅଂଶ ଗ୍ରହଣ କରିପାରି ନ ଥିଲେ। ମାତ୍ର ତାଙ୍କୁ ଗତ ବର୍ଷ ପ୍ରଦର୍ଶନର ରେକର୍ଡ ଆଧାରରେ ଚଳିତ ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ଚୟନ କରାଯାଇଥିବା କହିଛନ୍ତି। ଏନେଇ ଜିଲା ଭାରପ୍ରାପ୍ତ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେରଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିବାରୁ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?