ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ଘେରାଉ କଲା ଭାଜପା

ଆନନ୍ଦପୁର,୮ା୨(ସ୍ବ.ପ୍ର.): ଆନନ୍ଦପୁର ଭାଜପା ପକ୍ଷରୁ ବୁଧବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯିବା ସହିତ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଅନିୟମିତତାକୁ ବିରୋଧ କରି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବ୍ଲକ ଅଧୀନ ୧୮ଟି ପଞ୍ଚାୟତରେ ଗରିବ ହିତାଧିକାରୀମାନଙ୍କୁ ଆବାସ ଯୋଜନାରେ ସାମିଲ କରା ନ ଯାଇ ଶାସକ ଦଳର ଥିଲାବାଲାଙ୍କୁ ଏଥିରେ ସାମିଲ କରାଯାଉଥିବା ଅଭିଯୋଗ ହୋଇଛି। କାର୍ଯ୍ୟକ୍ରମରେ ଭାଜପା ନଦୀ ସୁରକ୍ଷା ସମିତିର ରାଜ୍ୟ ସଭାପତି ମହେଶ୍ୱର ସାହୁ, ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ଆଲୋକ ସେଠୀ, ରାଜ୍ୟ ଭାଜପା ଓବିସି ମୋର୍ଚ୍ଚା ଉପସଭାପତି ଭଗବାନ ସାହୁ, ଶାସକ ଦଳର ଦଲାଲ ସାଜି ବ୍ଲକ ପ୍ରଶାସନିକ ଅଧିକାରୀ ଗରିବ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ ନ କରି ନିର୍ଯାତନା ଦେଉଥିବା କହିଛନ୍ତି। ୩ ନଂ ଜୋନ୍‌ ଜିଲାପରିଷଦ ସଭ୍ୟା ଅସୀମା ମିଶ୍ର, ଭାଜପା ମହିଳା ନେତ୍ରୀ ସୁମତୀ ଜେନା ଯୋଗଦେଇ ପ୍ରକୃତ ଗରିବ ହିତାଧିକାରୀଙ୍କୁ ତୁରନ୍ତ ଆବାସ ଯୋଜନାରେ ସାମିଲ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି କହିଛନ୍ତି। ଜିଲା ଭାଜପା ସମ୍ପାଦକ ଦୀପକ ଜେନାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଭାଜପା ନେତୃମଣ୍ଡଳୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri