ଜିଲା ସ୍ବାସ୍ଥ୍ୟ ବିଭାଗ ନିଯୁକ୍ତିରେ ଅନିୟମିତତା ! ସିଡିଏମଓଙ୍କୁ ମହିଳା କମିଶନ ସଦସ୍ୟଙ୍କ ତଦନ୍ତ ନିର୍ଦ୍ଦେଶ

ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । କେତେବେଳେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ତ ଆଉ କେବେ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯନ୍ତ୍ରପାତି ଚୋରିକୁ ନେଇ ଏଠାରେ ଚର୍ଚ୍ଚା ଲାଗି ରହିଛି । ଏବେ ଜିଲା ସ୍ବାସ୍ଥ୍ୟ ବିଭାଗରେ ଏଏନଏମ, ଜେଏନଏମ, ଫାର୍ମାସିଷ୍ଟ, ଲାବୋରାଟୋରି ଟେକ୍ନିସିଆନ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଅନିୟମିତତା ନେଇ ଉପରୋକ୍ତ ପଦବୀ ପାଇଁ ଆବେଦନ କରିଥିବା ଅନେକ ଆଶାୟୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ)ଙ୍କୁ ଫେରାଦ ହୋଇଛନ୍ତି । ମହିଳା କମିଶନ ସଦସ୍ୟା ମୁକ୍ତା ସାହୁଙ୍କୁ ମଧ୍ୟ ଏ ନେଇ ସେମାନେ ଲେଖି ଜଣାଇଛନ୍ତି । ଏହି ଅନିୟମିତତାର ବିଧିବଦ୍ଧ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଛନ୍ତି । ଦାବି ପୂରଣ ନହେଲେ ଆଗକୁ ଏହାର ଦୃଢ଼ ପ୍ରତିବାଦ କରିବେ ବୋଲି ଆଶାୟୀମାନେ ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷରେ ଅଭିଯୋଗ ପାଇବା ପରେ ମହିଳା କମିଶନ ସଦସ୍ୟା ମୁକ୍ତା ସାହୁ ସିଡିଏମଓଙ୍କୁ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri