ପାଚିକା ଚୟନରେ ଅନିୟମିତତା ଅଭିଯୋଗ

ରୂପସା, ୧୭।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପାଚିକା ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଅଭିଭାବକ ଓ ଗ୍ରାମବାସୀ ହୂରମାତୁନ ବିବି, ହମିରା ବିବି, ରେଶମା ବିବି, ରାସମଣୀ ସିଂ, ଶାନ୍ତି ସିଂ, ମିତା ସିଂ, ସୁଭଦ୍ରା ସିଂ ପ୍ରମୁଖ କେନ୍ଦ୍ରରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ପିଲାଙ୍କ ପାଠପଢ଼ା ସହ ଖାଦ୍ୟ ରୋଷେଇ ବନ୍ଦ ରହିଥିବା ଜଣାପଡ଼ିଛି।
କେନ୍ଦ୍ରରେ ୩୫ ଜଣ ପିଲା ପଢ଼ନ୍ତି। ଅଧିକାଂଶ ପିଲା ଆଦିବାସୀ ବର୍ଗର। ଗତ ୪ବର୍ଷ ଧରି ପାଚିକା ପଦବୀ ଖାଲି ପଡ଼ିଥିଲା। ୨୦୨୦ ଡିସେମ୍ବରରେ ପାଚିକା ନିଯୁକ୍ତି ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ପାଚିକା ପାଇଁ ଗୀତା ସିଂ, ରେଖା ସିଂ ଓ ବୀଣାପାଣି ପ୍ରଧାନ ଆବେଦନ କରିଥିଲେ। ଗତ ନଭେମ୍ବର ୧୯ ତାରିଖରେ ଏହି କେନ୍ଦ୍ରରେ ପାଚିକା ଚୟନ ନିମନ୍ତେ ବିଭାଗ ପକ୍ଷରୁ ବୈଠକ ହୋଇଥିଲା। ବିଭାଗୀୟ ଅଧିକାରୀ ଉପସ୍ଥିତ ନ ଥିବା ଦର୍ଶାଇ ପରବର୍ତ୍ତୀ ପର୍ଯ୍ୟାୟରେ ଚୟନ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ମାତ୍ର ଗତ ୧୫ ତାରିଖରେ ବସ୍ତା ବ୍ଲକ କାର୍ଯ୍ୟାଳୟରେ ଆବେଦନକାରୀଙ୍କୁ ଡକାଯାଇ ବିଭାଗ ପକ୍ଷରୁ ଅକସ୍ମାତ ପରୀକ୍ଷା କରାଯାଇ ବୀଣାପାଣି ପ୍ରଧାନଙ୍କୁ ପାଚିକା ଭାବେ ଚୟନ କରାଯିବାକୁ ବିରୋଧ ହୋଇଛି। ଆଦିବାସୀ ବର୍ଗର ମହିଳା ପାଚିକା ହୋଇପାରିବେ ନାହିଁ ବୋଲି ସେଠାରେ ଉପସ୍ଥିତ ଅଧିକାରୀ ଆବେଦନକାରୀଙ୍କୁ କହିଥିଲେ ବୋଲି ଅଭିଯୋଗ ହୋଇଛି। ଚୟନ ଲାଗି ବିପୁଳ ଅର୍ଥ କାରବାର ହୋଇଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗାଇଡ଼ ଲାଇନ ମୁତାବକ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଏହି କେନ୍ଦ୍ରରେ ପାଚିକା ଚୟନ କରା ନ ଗଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ତାଲାବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ଅଭିଭାବକ ମହଲରୁ ଚେତାବନୀ ଦିଆଯାଇଛି। ଅଙ୍ଗନୱାଡ଼ି କର୍ମୀ ପୁଷ୍ପମଞ୍ଜରୀ ଦାସ କେନ୍ଦ୍ରରେ ତାଲା ପଡ଼ିବା ଯୋଗୁ ପିଲାଙ୍କୁ ଖାଦ୍ୟଦେବା ଓ ପାଠ ପଢ଼ା ବନ୍ଦ ରହିଥିବା କହିଛନ୍ତି। ସିଡିପିଓ ଦୀପ୍ତିରାଣୀ ସିଂହ ପାଚିକା ପଦବୀ ପାଇଁ ହୋଇଥିବା ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ପ୍ରାର୍ଥୀନୀଙ୍କୁ ଚୟନ କରାଯାଇଛି ବୋଲି କହିଛନ୍ତି। ବିଭାଗୀୟ ଅଧିକାରୀଙ୍କ ପ୍ରତି ହୋଇଥିବା ଅଭିଯୋଗ ମିଥ୍ୟା ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri