ପାଚିକା ଚୟନରେ ଅନିୟମିତତା ଅଭିଯୋଗ

ରୂପସା, ୧୭।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପାଚିକା ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଅଭିଭାବକ ଓ ଗ୍ରାମବାସୀ ହୂରମାତୁନ ବିବି, ହମିରା ବିବି, ରେଶମା ବିବି, ରାସମଣୀ ସିଂ, ଶାନ୍ତି ସିଂ, ମିତା ସିଂ, ସୁଭଦ୍ରା ସିଂ ପ୍ରମୁଖ କେନ୍ଦ୍ରରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ପିଲାଙ୍କ ପାଠପଢ଼ା ସହ ଖାଦ୍ୟ ରୋଷେଇ ବନ୍ଦ ରହିଥିବା ଜଣାପଡ଼ିଛି।
କେନ୍ଦ୍ରରେ ୩୫ ଜଣ ପିଲା ପଢ଼ନ୍ତି। ଅଧିକାଂଶ ପିଲା ଆଦିବାସୀ ବର୍ଗର। ଗତ ୪ବର୍ଷ ଧରି ପାଚିକା ପଦବୀ ଖାଲି ପଡ଼ିଥିଲା। ୨୦୨୦ ଡିସେମ୍ବରରେ ପାଚିକା ନିଯୁକ୍ତି ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ପାଚିକା ପାଇଁ ଗୀତା ସିଂ, ରେଖା ସିଂ ଓ ବୀଣାପାଣି ପ୍ରଧାନ ଆବେଦନ କରିଥିଲେ। ଗତ ନଭେମ୍ବର ୧୯ ତାରିଖରେ ଏହି କେନ୍ଦ୍ରରେ ପାଚିକା ଚୟନ ନିମନ୍ତେ ବିଭାଗ ପକ୍ଷରୁ ବୈଠକ ହୋଇଥିଲା। ବିଭାଗୀୟ ଅଧିକାରୀ ଉପସ୍ଥିତ ନ ଥିବା ଦର୍ଶାଇ ପରବର୍ତ୍ତୀ ପର୍ଯ୍ୟାୟରେ ଚୟନ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ମାତ୍ର ଗତ ୧୫ ତାରିଖରେ ବସ୍ତା ବ୍ଲକ କାର୍ଯ୍ୟାଳୟରେ ଆବେଦନକାରୀଙ୍କୁ ଡକାଯାଇ ବିଭାଗ ପକ୍ଷରୁ ଅକସ୍ମାତ ପରୀକ୍ଷା କରାଯାଇ ବୀଣାପାଣି ପ୍ରଧାନଙ୍କୁ ପାଚିକା ଭାବେ ଚୟନ କରାଯିବାକୁ ବିରୋଧ ହୋଇଛି। ଆଦିବାସୀ ବର୍ଗର ମହିଳା ପାଚିକା ହୋଇପାରିବେ ନାହିଁ ବୋଲି ସେଠାରେ ଉପସ୍ଥିତ ଅଧିକାରୀ ଆବେଦନକାରୀଙ୍କୁ କହିଥିଲେ ବୋଲି ଅଭିଯୋଗ ହୋଇଛି। ଚୟନ ଲାଗି ବିପୁଳ ଅର୍ଥ କାରବାର ହୋଇଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗାଇଡ଼ ଲାଇନ ମୁତାବକ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଏହି କେନ୍ଦ୍ରରେ ପାଚିକା ଚୟନ କରା ନ ଗଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ତାଲାବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ଅଭିଭାବକ ମହଲରୁ ଚେତାବନୀ ଦିଆଯାଇଛି। ଅଙ୍ଗନୱାଡ଼ି କର୍ମୀ ପୁଷ୍ପମଞ୍ଜରୀ ଦାସ କେନ୍ଦ୍ରରେ ତାଲା ପଡ଼ିବା ଯୋଗୁ ପିଲାଙ୍କୁ ଖାଦ୍ୟଦେବା ଓ ପାଠ ପଢ଼ା ବନ୍ଦ ରହିଥିବା କହିଛନ୍ତି। ସିଡିପିଓ ଦୀପ୍ତିରାଣୀ ସିଂହ ପାଚିକା ପଦବୀ ପାଇଁ ହୋଇଥିବା ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ପ୍ରାର୍ଥୀନୀଙ୍କୁ ଚୟନ କରାଯାଇଛି ବୋଲି କହିଛନ୍ତି। ବିଭାଗୀୟ ଅଧିକାରୀଙ୍କ ପ୍ରତି ହୋଇଥିବା ଅଭିଯୋଗ ମିଥ୍ୟା ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?