ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ ଝଡ଼ବତାସରେ ତାହା ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରି ଏହାର ବିଧିବଦ୍ଧ ତଦନ୍ତ ସହିତ ସମ୍ପୃକ୍ତ ଠିକାଦାର ଏବଂ ବିଭାଗୀୟ ଯନ୍ତ୍ରୀଙ୍କ ବିରୋଧରେ ଦୃଢ଼ କାର୍ଯାନୁଷ୍ଠାନ ନେବା ପାଇଁ ଦାବି ଜୋର୍‌ ଧରିଛି। ସୋମବାର ଖୋଦ୍‌ ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ ସ୍ଥାନୀୟ ଟାଉନ ଥାନାରେ ଏତଲା ଦେଇ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିବାବେଳେ ମଙ୍ଗଳବାର ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ଏକ ପ୍ରତିନିଧି ଦଳ ଭିଜିଲାନ୍ସ ଡିଏସ୍‌ପି ଏବଂ ପୂର୍ବତନ ବିଧାୟକ ସାଧୁ ନେପାକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ ନିକଟରେ ଫେରାଦ ହୋଇ ପୃଥକ୍‌ ଭାବେ ସ୍ମାରକପତ୍ର ପ୍ରଦାନ ସହିତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ଏଏପି ତୋରଣ ଭାଙ୍ଗିବା ଘଟଣାର ଭିଜିଲାନ୍ସ ତଦନ୍ତ ଦାବି କରିଛି। ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିବା ସ୍ମାରକପତ୍ରରେ ଏଏପି ଉଲ୍ଲେଖ କରିଛି, ବରଗଡ଼ ଥାନାଛକରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳରେ ଧନୁଯାତ୍ରାର ସ୍ଥାୟୀ ତୋରଣ ନିର୍ମାଣ କରାଯାଇଥିଲା। ନିମ୍ନମାନର କାମ ଯୋଗୁ ସୋମବାର ହୋଇଥିବା ସାମାନ୍ୟ ଝଡ଼ବତାସରେ ତାହା ଉଡ଼ି ଚୂରମାର୍‌ ହୋଇଯାଇଛି। ଏହି ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଏଏପି ଅଭିଯୋଗ କରିଛି। ବିନା ଟେଣ୍ଡରରେ କୋଟି କୋଟି ଟଙ୍କା ବ୍ୟୟ ଅଟକଳରେ ତୋରଣ ନିର୍ମାଣ ହୋଇଛି। ଏହାର ଭିଜିଲାନ୍ସ ତଦନ୍ତ କରାଗଲେ ଏହି ଅନିୟମିତତାରେ ସମ୍ପୃକ୍ତ ଅଧିକାରୀ ଧରାପଡ଼ିବେ ବୋଲି ଏଏପି ରାଜ୍ୟ ସମ୍ପାଦକ ଭବାନୀ ସାହୁ କହିଛନ୍ତି। ସେହିପରି ତୋରଣ ନିର୍ମାଣରେ ସମ୍ପୃକ୍ତ ପୂର୍ତ୍ତ ବିଭାଗର ଅଧିକାରୀମାନଙ୍କୁ ତୁରନ୍ତ ନିଲମ୍ବନ କରାଯିବା ସହିତ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଏବଂ ସେଭଳି ତୋରଣଗୁଡ଼ିକୁ ବିପଦସଙ୍କୁଳ ବୋଲି ଘୋଷଣା କରିବା ପାଇଁ ମୁଖ୍ୟମନ୍ତ୍ରୀ, ପୂର୍ତ୍ତ ବିଭାଗ ମନ୍ତ୍ରୀ, ଆରଡିସି ଏବଂ ଜିଲାପାଳଙ୍କୁ ମଧ୍ୟ ଏଏପି ଲେଖି ଜଣାଇଛି ବୋଲି ସାହୁ କହିଛନ୍ତି। ସ୍ମାରକପତ୍ର ପ୍ରଦାନ ସମୟରେ ଏଏପି ରାଜ୍ୟ ସମ୍ପାଦକ ସାହୁଙ୍କ ସମେତ ଦଳର ଜିଲା ସଭାପତି ଯଦୁମଣି ପ୍ରଧାନ, ସମ୍ପାଦକ ସ୍ବରୂପ ଭୋଇ, ମେରିୟମ ବାର୍ଲା, ଜୟକ୍ରିଷ୍ଣା ଛୁରିଆ, ମୋଇନ ମହମ୍ମଦ, ଗୌତମ ମହାନନ୍ଦ, ସୁଦାମ ସାହୁ, ଅସିତ୍‌ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ପୂର୍ବତନ ବିଧାୟକ ସାଧୁ ନେପାକଙ୍କ ନେତୃତ୍ୱରେ ଅନ୍ୟ ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଅନ୍ୟ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ଦାବିପତ୍ର ଗ୍ରହଣ କରିଥିଲେ। ଦାବିପତ୍ରରେ ନେପାକ ଉଲ୍ଲେଖ କରିଛନ୍ତି, ଧନୁଯାତ୍ରା ତୋରଣ ଭାଙ୍ଗିବା ଏବଂ ଏହାଦ୍ୱାରା ୨ ରିକ୍ସାଚାଳକ ଆହତ ହେବା ଘଟଣା ଅତ୍ୟନ୍ତ ଦୁଃଖଦ ଓ ଚିନ୍ତାଜନକ। ନିର୍ମାଣ କାର୍ଯ୍ୟରେ ନିମ୍ନମାନର ସାମଗ୍ରୀ ବ୍ୟବହାର ଏବଂ ଗୁଣାତ୍ମକ ମାନରେ ଅବହେଳା ଯୋଗୁ ସେହି ତୋରଣ ଭାଙ୍ଗିପଡ଼ିଛି। ଅନ୍ୟ କେତେକ ସ୍ଥାନରେ ମଧ୍ୟ ଏଭଳି ତୋରଣ ନିର୍ମାଣ ହୋଇଥିବାରୁ ସେହି ତୋରଣର ଗୁଣବତ୍ତାକୁ ନେଇ ମଧ୍ୟ ସନ୍ଦେହ ହେବା ସହିତ ଲୋକଙ୍କ ମନରେ ଅସନ୍ତୋଷ ସୃଷ୍ଟି ହୋଇଛି ବୋଲି ନେପାକ କହିଛନ୍ତି। ଏହି ଦୃଷ୍ଟିରୁ ସମସ୍ତ ତୋରଣ କେତେ ସୁରକ୍ଷିତ ରହିଛି, ତୁରନ୍ତ ତା’ର ଯାଞ୍ଚ କରିବାକୁ ନେପାକ ଦାବି କରିଛନ୍ତି। ଏହା ସହିତ ତୋରଣ ଭାଙ୍ଗିବା ଘଟଣାରେ ଆହତ ରିକ୍ସା ଚାଳକଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବା, ତୋରଣ ଭାଙ୍ଗିବା ପରେ ପ୍ରଭାବିତ ରିକ୍ସାଚାଳକ ତଥା ରାସ୍ତାକଡ଼ ବ୍ୟବସାୟୀଙ୍କୁ କ୍ଷତିପୂରଣ ପ୍ରଦାନ, ତୋରଣ ନିର୍ମାଣରେ ଖର୍ଚ୍ଚ ହୋଇଥିବା ସମସ୍ତ ଟଙ୍କା ସମ୍ପୃକ୍ତ ଠିକାଦାରଙ୍କଠାରୁ ଅସୁଲ କରିବା ସହିତ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ସ୍ମାରକପତ୍ରରେ ସେ ଦାବି କରିଛନ୍ତି। ଏହା ସହିତ କାଳବୈଶାଖୀ ଯୋଗୁ ପ୍ରଭାବିତ ଚାଷୀ ଏବଂ ଗରିବ ଲୋକଙ୍କୁ ସହାୟତା ପ୍ରଦାନ କରିବାକୁ ସେ ଦାବି କରିଛନ୍ତି। ନେପାକଙ୍କ ସହିତ ରାଜେଶ ମହାପାତ୍ର, ଅବଦୁଲ ଗଫାର ପ୍ରମୁଖ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri