ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ଅଭିଯୋଗ

ଦେଓଗାଁ, ୩ା୧୧(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବ୍ରାହ୍ଣଣୀଯୋର ପଞ୍ଚାୟତରେ ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଛି ା ଅର୍ଥ କାରବାର କରି ସ୍ବଚ୍ଛଳ ବର୍ଗର ଲୋକଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ଗାଁର ମହିଳା ଗୋଷ୍ଠୀ ସୋମବାର ବିଡିଓ ନବୀନ କିଶୋର ପାଢ଼ୀଙ୍କୁ ଫେରାଦ ହୋଇଛନ୍ତି। ଗାଁର ରୁକ୍ମଣୀ ଘିଭେଲା, ପ୍ରଭାସିନୀ ଘିଭେଲା, ସାବିତ୍ରୀ ଘିଭେଲା, ଯାଜ୍ଞସେନୀ ଘିଭେଲା, ଗିତାଞ୍ଜଳୀ ମନହୀରା, ଅନୁସୂୟା ବାଗ, ମଞ୍ଜୁଲତା ବାଗ, ସୁମିତା ବଗର୍ତ୍ତି, କସ୍ତୁରୀ ଭୋଇ ପ୍ରମୁଖ ଆବାସ ଯୋଜନାରୁ ବଞ୍ଚତ୍ତ ମହିଳାମାନଙ୍କ ଅଭିଯୋଗ ଅନୁସାରେ ଧନୀଶ୍ରେଣୀର ବ୍ୟକ୍ତିଙ୍କୁ ଉକ୍ତ ଯୋଜନାରେ ଅଗ୍ରାଧିକାର ଦିଆଯଇଛି। ଝାଟିମାଟି ଘରେ ଅସୁରକ୍ଷିତ ଅବସ୍ଥାରେ ଥିବା ପରିବାରକୁ ଅବହେଳା କରାଯାଉଛି। ଏଣୁ ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ଉପସ୍ଥିତିରେ ତଦନ୍ତ କରି ପ୍ରକୃତ ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଘର ପ୍ରଦାନ କରିବାକୁ ନିବେଦନ କରିଥିଲେ। ଆଗକୁ ଏ ଦିଗରେ ପଦକ୍ଷେପ ଗ୍ରହଣ କରା ନ ଗଲେ ପଞ୍ଚାୟତ ଅଫିସରେ ତାଲାବନ୍ଦି ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri