ଗୋ’ଶାଳା ପରିଚାଳନାରେ ଅବ୍ୟବସ୍ଥା ଅଭିଯୋଗ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୭(ସୁନିଲ କୁମାର ମହାନ୍ତି): ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା ସଂଗଠନ ପକ୍ଷରୁ ଶନିବାର ବଲାଙ୍ଗୀର ସହରର ପୃଥ୍ବୀରାଜ ଗୋ’ଶାଳାର ଅବ୍ୟବସ୍ଥା ଏବଂ ପରିଚାଳନା କମିଟିର ମନମୁଖୀ କାର୍ଯ୍ୟ ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ପରିଷଦ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୃଥ୍ବୀରାଜ ଗୋ’ଶାଳାରେ ଗତ ୧୫ ଦିନ ହେଲା ଗୋରୁମାନେ ଅବହେଳିତ ହୋଇ ମୃତ୍ୟୁବରଣ କରିଥିବା ଅଭିଯୋଗ କରିଥିଲେ। ପୃଥ୍ବୀରାଜ ଗୋ’ଶାଳାର ଅବ୍ୟବସ୍ଥା ଏବଂ ଗୋ’ଶାଳା ପରିଚାଳନା କମିଟିର ମନମାନି ପାଇଁ ଆଜି ଏଠାରେ ଗୋରୁ ଅସୁରକ୍ଷିତ ଥିବା ସେମାନେ ଅଭିଯୋଗ କରିଥିଲେ। ଏଠାରେ ଥିବା ଗୋରୁମାନଙ୍କୁ ଆବଶ୍ୟକ ଖାଦ୍ୟ ଦିଆଯାଉ ନ ଥିବା ଅଭିଯୋଗ କରିଥିଲେ। ଗୋ’ ଶାଳା ପରିଚାଳନା କମିଟିକୁ ତୁରନ୍ତ ପରିବର୍ତ୍ତନ କରି ସହରର ପ୍ରତ୍ୟେକ ଅଞ୍ଚଳରୁ ସ୍ବେଚ୍ଛାସେବୀ, ଗୋରକ୍ଷକମାନଙ୍କୁ ନେଇ ଏକ ନୂତନ ପରିଚାଳନା କମିଟି ଗଠନ କରିବାକୁ ଦାବି କରିଥିଲେ। ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶାର ଅଧ୍ୟକ୍ଷ ସନ୍ତୋଷ ଭୋଲଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉପସଭାପତି ପ୍ରଦୀପ କୁମାର ଦାଶ, ରାଜ୍ୟ ସମ୍ପାଦକ ଶଙ୍କର୍ଷଣ ଆଚାର୍ଯ୍ୟ, ରାଜ୍ୟ ପ୍ରବକ୍ତା ଦେବାନନ୍ଦ ନାୟକ, ସନତ କୁମାର ପାତ୍ର, ଟିଙ୍କୁ ଅଗ୍ରୱାଲ, ଭାସ୍କର ରାଓ, ରାଜୁ ନାଏକ ତଥା ଅନ୍ୟାନ୍ୟ ପ୍ରମୁଖ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri