ଆଶାକର୍ମୀ ଚୟନରେ ଅନିୟମିତତା ଅଭିଯୋଗ: ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଅଟକ ରଖିଲେ ଗ୍ରାମବାସୀ                           

ଦିଗପହଣ୍ଡି/ପାଟପୁର,୩ା୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦସେଇପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ନରେନ୍ଦ୍ରପୁର ଗ୍ରାମର ଆଶାକର୍ମୀ ଚୟନରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ମଙ୍ଗଳବାର ସକାଳେ ନରେନ୍ଦ୍ରପୁର,କଣ୍ଟା ବାଉଁଶ,ଝୁଲା ସାହି,ଗୁମା ପ୍ରଭୃତି ଆଦିବାସୀ ବହୁଳ ଗ୍ରାମର ବହୁ ସଂଖ୍ୟକ ମହିଳା ପୁରୁଷ ଉତ୍ତେଜିତ ହୋଇ ନରେନ୍ଦ୍ରପୁର ଗ୍ରାମରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର କୁ ଆଶାକର୍ମୀ ଚୟନ ନେଇ ନୋଟିସ ମାରିବାକୁ ଆସିଥିବା ମହିଳା ସ୍ବାସ୍ଥ୍ୟକର୍ମୀ ନମିତା ନାୟକଙ୍କୁ ଘେରାଉ କରିବା ସହ ତାଙ୍କୁ ଏକ କଠୋରୀ ରେ ତାଲା ପକାଇ ଅଟକ ରଖିଥିଲେ।

ଆଡ଼ପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡ଼ା. ବାହାନ ଦାସ ଅଙ୍ଗନୱାଡ଼ି କର୍ମୀଙ୍କ ଠାରୁ ଖବରପାଇ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସକୁ ଘଟଣା ଜଣାଇଥିଲେ। ଫାଣ୍ଡି ଅଧିକାରୀ ପରମେଶ୍ବର ମଲ୍ଲିକ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କୁ ବୁଝା ସୁଝା କରିବାପରେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଘେରାଉ ମୁକ୍ତ କରାଯାଇଥିଲା।

ପ୍ରକାଶ ଯେ,ଦୀର୍ଘ ପ୍ରାୟ ୮ ବର୍ଷ ହେଲା କଣ୍ଟାବାଉଁଶ ଗ୍ରାମର ମାଣିକ କାର୍ଜୀ ସ୍ବେଛାସେବୀ ଭାବେ ନରେନ୍ଦ୍ରପୁର ଅଙ୍ଗନୱାଡ଼ି କର୍ମୀ ଙ୍କ ଅଧିନରେ ସମସ୍ତ କାର୍ଯ୍ୟ ସୁଚାରୁରୂପେ କରିଆସୁଥିଲେ।ଗର୍ଭବତୀ ଓ ପ୍ରସୂତି ମହିଳା ଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର ନେବା ଆଣିବା,ମ୍ୟାଲେରିଆ,ଫାଇଲେରିଆ ନିରାକରଣ କାର୍ଯ୍ୟକ୍ରମ ସମେତ ପଲ୍ସ ପୋଲିଓ ଓ ଛତୁଆ ବଣ୍ଟନ କାର୍ଯ୍ୟକ୍ରମ କରିଆସୁଥିଲେ। ଗ୍ରାମବାସୀ ତାଙ୍କୁ ଆଶାକର୍ମୀ ଭାବେ ନିଯୁକ୍ତି ଦେବାପାଇଁ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ, ଆଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ,ସାନଖେମୁଣ୍ଡି ସିଡିପିଓଙ୍କୁ ଦସ୍ତଖତ ସମ୍ବଳିତ ଦରଖାସ୍ତ ପ୍ରଦାନ କରିଥିଲେ। ଗ୍ରାମବାସୀ ଙ୍କ ପରାମର୍ଶ କ୍ରମେ ସେ ଆଶାକର୍ମୀ ପଦବୀ ନିମନ୍ତେ ଆବେଦନ କରିଥିଲେ ମଧ୍ୟ ସ୍ୱାସ୍ଥ୍ୟ ପ୍ରଶାସନ ପୋଡ଼ାମାରି ପଞ୍ଚାୟତ ଅଧିନ ରାଜପୁର ଗ୍ରାମର ଯମୁନା ଶବର ଙ୍କୁ ଆଶାକର୍ମୀ ଭାବେ ନିଯୁକ୍ତି ଦେବା ପାଇଁ ଚିଠି କରିଥିବାରୁ ଗ୍ରାମବାସୀ ଉତ୍ତେଜିତ ହୋଇ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଘେରାଉ କରିବା ସହ ଅଙ୍ଗନୱାଡ଼ି କେନ୍ଦ୍ର ରେ ତାଲା ପକାଇ ଆନ୍ଦୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri