ପୋଖରୀ ଖୋଳାରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୯।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଆମ୍ବସରମୁଣ୍ଡା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ୧୫ ଦିନ ହେବ ପଞ୍ଚାୟତର ଫୁଲରିବଣିଆ, ନବଦୀପପୁର ଗ୍ରାମରେ ୧୦ ଲକ୍ଷ ଟଙ୍କା ଅଟକଳରେ ୨ଟି ପୋଖରୀ ଶ୍ରମିକଙ୍କ ବଦଳରେ ଜେସିବି ମେଶିନ ମାଧ୍ୟମରେ ଖୋଳାଯାଇଛି। ଏ ନେଇ ଆମ୍ବସରମୁଣ୍ଡା ଗ୍ରାମବାସୀ ବୁଧବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, ପଞ୍ଚାୟତରେ ୧୧୫୮ଟି ଜବ୍‌ କାର୍ଡ ଥିବାବେଳେ ଶ୍ରମିକମାନଙ୍କୁ ଅଣଦେଖା କରାଯାଉଛି। କେତେଜଣ ବ୍ୟକ୍ତି ଅନେକ ଶ୍ରମିକଙ୍କ ଜବ୍‌କାର୍ଡ ନିଜ ପାଖରେ ରଖି ପ୍ରକଳ୍ପଗୁଡିକ ଜେସିବି ମେଶିନ ସହାୟତାରେ ଖୋଳାଇ ମଜୁରି ଅର୍ଥ ହଡ଼ପ କରୁଛନ୍ତି। କିଛିଦିନ ହେବ ନବଦୀପପୁର ଓ ଫୁଲରିବଣିଆ ଗ୍ରାମରେ ୨ଟି ପୋଖରୀ ମେଶିନରେ ଖୋଲାଯାଇଛି। ବ୍ଲକ ପ୍ରଶାସନର କେତେଜଣ କର୍ମଚାରୀ ଏହି ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଏଥିସହ ମିଥ୍ୟା ବିଲ୍‌ କରି ଅର୍ଥ ହଡପ କରାଯାଉଥିବା ନେଇ କିଛିଦିନ ତଳେ ଆମ୍ବସରମୁଣ୍ଡା ଗ୍ରାମବାସୀ ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କେତେଜଣ ରାଜନେତାଙ୍କ ଚାପ ଯୋଗୁ ବ୍ଲକ ପ୍ରଶାସନ ତଦନ୍ତ କରୁ ନ ଥିବା ଅଭିଯୋଗ ହୋଇଛି। ତୁରନ୍ତ ଏହି ଅନିୟମିତତା ସମ୍ପର୍କରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ବିଡିଓ ସୌଭାଗ୍ୟ ବେହେରା କହିଛନ୍ତି, ଘଟଣା ସମ୍ପର୍କରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?