ପୋଖରୀ ଖୋଳାରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୯।୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଆମ୍ବସରମୁଣ୍ଡା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ୧୫ ଦିନ ହେବ ପଞ୍ଚାୟତର ଫୁଲରିବଣିଆ, ନବଦୀପପୁର ଗ୍ରାମରେ ୧୦ ଲକ୍ଷ ଟଙ୍କା ଅଟକଳରେ ୨ଟି ପୋଖରୀ ଶ୍ରମିକଙ୍କ ବଦଳରେ ଜେସିବି ମେଶିନ ମାଧ୍ୟମରେ ଖୋଳାଯାଇଛି। ଏ ନେଇ ଆମ୍ବସରମୁଣ୍ଡା ଗ୍ରାମବାସୀ ବୁଧବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, ପଞ୍ଚାୟତରେ ୧୧୫୮ଟି ଜବ୍‌ କାର୍ଡ ଥିବାବେଳେ ଶ୍ରମିକମାନଙ୍କୁ ଅଣଦେଖା କରାଯାଉଛି। କେତେଜଣ ବ୍ୟକ୍ତି ଅନେକ ଶ୍ରମିକଙ୍କ ଜବ୍‌କାର୍ଡ ନିଜ ପାଖରେ ରଖି ପ୍ରକଳ୍ପଗୁଡିକ ଜେସିବି ମେଶିନ ସହାୟତାରେ ଖୋଳାଇ ମଜୁରି ଅର୍ଥ ହଡ଼ପ କରୁଛନ୍ତି। କିଛିଦିନ ହେବ ନବଦୀପପୁର ଓ ଫୁଲରିବଣିଆ ଗ୍ରାମରେ ୨ଟି ପୋଖରୀ ମେଶିନରେ ଖୋଲାଯାଇଛି। ବ୍ଲକ ପ୍ରଶାସନର କେତେଜଣ କର୍ମଚାରୀ ଏହି ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଏଥିସହ ମିଥ୍ୟା ବିଲ୍‌ କରି ଅର୍ଥ ହଡପ କରାଯାଉଥିବା ନେଇ କିଛିଦିନ ତଳେ ଆମ୍ବସରମୁଣ୍ଡା ଗ୍ରାମବାସୀ ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କେତେଜଣ ରାଜନେତାଙ୍କ ଚାପ ଯୋଗୁ ବ୍ଲକ ପ୍ରଶାସନ ତଦନ୍ତ କରୁ ନ ଥିବା ଅଭିଯୋଗ ହୋଇଛି। ତୁରନ୍ତ ଏହି ଅନିୟମିତତା ସମ୍ପର୍କରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ବିଡିଓ ସୌଭାଗ୍ୟ ବେହେରା କହିଛନ୍ତି, ଘଟଣା ସମ୍ପର୍କରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri