କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଘଟଣାରେ ସମ୍ପୃକ୍ତ ପଦ୍ମ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌ଆଇ ରାଜ କିଶୋର ପାତ୍ର ବ୍ରହ୍ମପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛନ୍ତି। ଥାନାରେ ମାମଲା ନଂ.୧୮/୨୬ ଭାରତୀୟ ନ୍ୟାୟ ସଂହିତାର ଦଫା – ୧୩୭(୨)/୮୭ ସମେତ ୨୦୧୨ ଶିଶୁ ଯୌନ ନିର୍ଯାତନା ନିରୋଧ ଆଇନ ଅନୁଯାୟୀ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ, ଗତ ଜାନୁଆରୀ ୬ ତାରିଖରୁ ଛାତ୍ରୀଙ୍କୁ ଅପହରଣ କରାଯାଇଥିଲା। ଘରେ ମାଙ୍କୁ କଲେଜ ଯାଉଛି କହି ଛାତ୍ରୀ ଜଣକ ଯାଇ ଆଉ ଘରକୁ ଫେରିନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଜାନୁଆରୀ ୧୩ ତାରିଖରେ ଛାତ୍ରୀଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର ଭାରତୀୟ ନ୍ୟାୟ ସଂହିତା ର ଧାରା – ୧୩୭(୨) ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ସଦଳବଳେ ବିଭିନ୍ନ ଅଞ୍ଚଳରେ ଚଢାଉ କରିଥିଲେ ମଧ୍ୟ ଛାତ୍ରୀ କିମ୍ବା ଅପହର୍ତ୍ତାଙ୍କ ସନ୍ଧାନ ମିଳି ନ ଥିଲା। ଅଭିଯୁକ୍ତ ତାଙ୍କ ମୋବାଇଲ ଫୋନରୁ ଛାତ୍ରୀଙ୍କ ପରିବାର ଲୋକଙ୍କୁ ନାନା କଥା କହି ଧମକ ଦେଇଥିଲେ। ଉକ୍ତ ଫୋନ ନମ୍ବରକୁ ପୋଲିସ ଟ୍ରାକିଂ କରିଥିଲେ। ସୋମବାର ଅପରାହ୍ନ ପ୍ରାୟ ୪ ଟାରେ ଅଭିଯୁକ୍ତ ଛାତ୍ରୀ ଙ୍କୁ ନେଇ ବ୍ରହ୍ମପୁର ରେଲୱେ ଷ୍ଟେଶନରେ ଥିବା ଖବର ପାଇ ଦିଗପହଣ୍ଡି ପୋଲିସ ଟିମ ଅତର୍କିତ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଛାତ୍ରୀଙ୍କୁ ଉଦ୍ଧାର କରିଥିଲେ। ପରେ ବ୍ରହ୍ମପୁର ନିମଖଣ୍ଡି ଥାନା ଏସ୍‌ଆଇ ଶକ୍ତିମୟୀ ବେହେରା ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଥିଲା। କୋର୍ଟ ରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଅଭିଯୁକ୍ତ ଛାତ୍ରୀଙ୍କୁ ଅପହରଣ କରି ତାମିଲନାଡୁର ଚିଟୋଡେ ସହରକୁ ନେଇଯାଇଥିଲେ। ଜାନୁଆରୀ ୯ ତାରିଖରେ ଅଭିଯୁକ୍ତ ଏକ ଘରଭଡ଼ା କରି ସେଠାରେ ୧୪ ତାରିଖ ଯାଏ ଛାତ୍ରୀଙ୍କୁ ରଖି ବାରମ୍ବାର ବଳାତ୍କାର କରିଥିଲେ। ପରେ ତାଙ୍କୁ ଆନ୍ଧ୍ରର ବିଶାଖାପାଟଣା ନେଇ ଆସିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri