ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ

ପାରାଦୀପ,୨।୭(ସ୍ବ.ପ୍ର.): ପାରାଦୀପ ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ଶୁକ୍ରବାର ଜଣେ ନବବଧୂଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଘୋଡାବନ୍ଧ ଗ୍ରାମର ରୁବି ଦାସ। ଏନେଇ ତାଙ୍କ ମା’ ପଦ୍ମାବତୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା (ନଂ. ୨୫୯/୨୨) ରୁଜୁ କରିଛି। ମୃତଦେହକୁ ଜବତ ପରେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂରକ୍ଷିତ ରଖାଯାଇଛି। ଅଭିଯୋଗ ଅନୁଯାୟୀ, ରୁବିଙ୍କ ସହ ଢିଙ୍କିଆ ଗ୍ରାମର ପ୍ରଭାତ ଦାସଙ୍କ ଗତ ମେ’୧୩ରେ ଗଡକୁଜଙ୍ଗ ମନ୍ଦିରରେ ବୈଦିକ ରିତିରେ ବିବାହ ହୋଇଥିଲା। ସେତେବେଳେ ଦାବି ମୁତାବକ ୧ ଲକ୍ଷ ଟଙ୍କା, ସୁନା ଗହଣା ଆଦି ଦିଆଯାଇଥିଲା। ମାତ୍ର ପରେ ଅଧିକ ଯୌତୁକ ଦାବିକରି ରୁବିଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିଲା। ଶାଶୁଘର ଲୋକଙ୍କ ନିର୍ଯାତନା ସହି ନ ପାରି ଜୁନ ୧୯ରେ ରୁବି ବାପ ଘରକୁ ଚାଲି ଯାଇଥିଲୋ। ଗତ ସପ୍ତାହରେ ଶାଶୁଘର ଲୋକେ ପହଞ୍ଚତ୍ ବୁଝାଶୁଝା କରି ରୁବିଙ୍କୁ ନେଇଥିଲେ। ଏହାପରେ ଶୁକ୍ରବାର ତାଙ୍କୁ ମାରି ଦେବା ପରେ ଆତ୍ମହତ୍ୟାର ରୂପ ଦିଆଯାଇଛି ବୋଲି ପଦ୍ମାବତୀ ଅଭିଯୋଗରେ ଦର୍ଶାଇଛନ୍ତି। ଏହାକୁ ଭିତ୍ତି କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?