ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ଯୋଡ଼ା,୨୦ା୮(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଯୋଡ଼ା ପୌରାଞ୍ଚଳର ସ୍ବପ୍ନା ମୁଣ୍ଡା(୩୧)। ଏହାର ପ୍ରତିବାଦରେ ଡାକ୍ତରଖାନାରେ ଚାପା ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ଆତ୍ମୀୟ ଘଟଣାର ଉପଯୁକ୍ତ ତଦନ୍ତ ସହ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ବଦଳି ଦାବି କରିଛନ୍ତି। ଟାଟା ଷ୍ଟିଲ୍‌ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିଲେ।
ଯୋଡ଼ା ପୌରପାଳିକାର ୧୦ ନଂ. ୱାର୍ଡ କାଉନ୍‌ସିଲର ପୂଜା ସିଂ ଆଲଦା ଅଭିଯୋଗ କରିଛନ୍ତି, ଗତ ଶନିବାର ତଥା ୧୨ ତାରିଖରେ ଗର୍ଭବତୀ ଥିବା ସ୍ବପ୍ନା ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଟାଟା ଷ୍ଟିଲ ଡାକ୍ତରଖାନାକୁ ଯାଇଥିଲେ। ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ଅବସ୍ଥା ସ୍ବାଭାବିକ ଥିଲା। କିନ୍ତୁ ରକ୍ତଚାପ ଅଧିକ ଥିବା ଡାକ୍ତର କହିଥିଲେ। ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗତ ମଙ୍ଗଳବାର ଡାକ୍ତର ତାଙ୍କର ଅସ୍ତ୍ରୋପଚାର କରାଇଥିଲେ। ତାଙ୍କର ୨ ଯମଜ ସନ୍ତାନ ଜନ୍ମଲାଭ କରିଥିଲେ। ଦୁଇ ସନ୍ତାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ଥିବା ବେଳେ ସ୍ବପ୍ନାଙ୍କ ଅବସ୍ଥା ବିଗିଡିବାରୁ ଡାକ୍ତର ତାଙ୍କୁ କଟକ ସ୍ଥାନାନ୍ତର କରିଥିଲେ। ପରେ ତାଙ୍କୁ ଟାଟାସ୍ଥିତ ଟିଏମ୍‌ଏଚ୍‌ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ କହିଛନ୍ତି। ଚିକିତ୍ସାରେ ଅବହେଳା, ସଙ୍କଟାପନ୍ନ ଅବସ୍ଥା ସମ୍ପର୍କରେ ପରିବାର ଲୋକଙ୍କୁ ନ ଜଣାଇବା, ରକ୍ତଚାପ ଅଧିକ ଥିବା ସତ୍ତ୍ବେ କାହିଁକି ଅସ୍ତ୍ରୋପଚାର କରାଗଲା ତଥା ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଶତାଧିକ ମହିଳା, ପୁରୁଷଙ୍କ ସମେତ ପରିବାର ଲୋକେ ଶନିବାର ମେଡିକାଲରେ ପହଞ୍ଚତ୍ ପାଟିତୁଣ୍ଡ କରିଥିଲେ। ଯୋଡ଼ା ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲା। ଅପରାହ୍ଣରେ କମ୍ପାନୀର ଏନ୍‌ଆର୍‌ଡି ଟାଟା ଷ୍ଟିଲ୍‌ ମୁଖ୍ୟ ସଞ୍ଜୟ ଭୂୟଁା, କାଉନ୍‌ସିଲର ପୂଜା ସିଂ ଆଲଦା, ପୂର୍ବତନ କାଉନ୍‌ସିଲର ସୁରେଶ ବାରିକ, ସନ୍ତୋଷ ବଳ, ଯୋଡ଼ା ଆଇଆଇସି ଜୟନାରାୟଣ ଖଣ୍ଡେଇ, ସ୍ଥାନୀୟ ଓ ପରିବାର ଲୋକଙ୍କୁ ନେଇ ଏକ ଆଲୋଚନା ହୋଇଥିଲା। ଦାବି ପୂରଣ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାର କମ୍ପାନୀ ପକ୍ଷରୁ ପ୍ରତିଶ୍ରୁତି ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri