ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ଯୋଡ଼ା,୨୦ା୮(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଯୋଡ଼ା ପୌରାଞ୍ଚଳର ସ୍ବପ୍ନା ମୁଣ୍ଡା(୩୧)। ଏହାର ପ୍ରତିବାଦରେ ଡାକ୍ତରଖାନାରେ ଚାପା ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ଆତ୍ମୀୟ ଘଟଣାର ଉପଯୁକ୍ତ ତଦନ୍ତ ସହ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ବଦଳି ଦାବି କରିଛନ୍ତି। ଟାଟା ଷ୍ଟିଲ୍‌ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିଲେ।
ଯୋଡ଼ା ପୌରପାଳିକାର ୧୦ ନଂ. ୱାର୍ଡ କାଉନ୍‌ସିଲର ପୂଜା ସିଂ ଆଲଦା ଅଭିଯୋଗ କରିଛନ୍ତି, ଗତ ଶନିବାର ତଥା ୧୨ ତାରିଖରେ ଗର୍ଭବତୀ ଥିବା ସ୍ବପ୍ନା ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଟାଟା ଷ୍ଟିଲ ଡାକ୍ତରଖାନାକୁ ଯାଇଥିଲେ। ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ଅବସ୍ଥା ସ୍ବାଭାବିକ ଥିଲା। କିନ୍ତୁ ରକ୍ତଚାପ ଅଧିକ ଥିବା ଡାକ୍ତର କହିଥିଲେ। ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗତ ମଙ୍ଗଳବାର ଡାକ୍ତର ତାଙ୍କର ଅସ୍ତ୍ରୋପଚାର କରାଇଥିଲେ। ତାଙ୍କର ୨ ଯମଜ ସନ୍ତାନ ଜନ୍ମଲାଭ କରିଥିଲେ। ଦୁଇ ସନ୍ତାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ଥିବା ବେଳେ ସ୍ବପ୍ନାଙ୍କ ଅବସ୍ଥା ବିଗିଡିବାରୁ ଡାକ୍ତର ତାଙ୍କୁ କଟକ ସ୍ଥାନାନ୍ତର କରିଥିଲେ। ପରେ ତାଙ୍କୁ ଟାଟାସ୍ଥିତ ଟିଏମ୍‌ଏଚ୍‌ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ କହିଛନ୍ତି। ଚିକିତ୍ସାରେ ଅବହେଳା, ସଙ୍କଟାପନ୍ନ ଅବସ୍ଥା ସମ୍ପର୍କରେ ପରିବାର ଲୋକଙ୍କୁ ନ ଜଣାଇବା, ରକ୍ତଚାପ ଅଧିକ ଥିବା ସତ୍ତ୍ବେ କାହିଁକି ଅସ୍ତ୍ରୋପଚାର କରାଗଲା ତଥା ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଶତାଧିକ ମହିଳା, ପୁରୁଷଙ୍କ ସମେତ ପରିବାର ଲୋକେ ଶନିବାର ମେଡିକାଲରେ ପହଞ୍ଚତ୍ ପାଟିତୁଣ୍ଡ କରିଥିଲେ। ଯୋଡ଼ା ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲା। ଅପରାହ୍ଣରେ କମ୍ପାନୀର ଏନ୍‌ଆର୍‌ଡି ଟାଟା ଷ୍ଟିଲ୍‌ ମୁଖ୍ୟ ସଞ୍ଜୟ ଭୂୟଁା, କାଉନ୍‌ସିଲର ପୂଜା ସିଂ ଆଲଦା, ପୂର୍ବତନ କାଉନ୍‌ସିଲର ସୁରେଶ ବାରିକ, ସନ୍ତୋଷ ବଳ, ଯୋଡ଼ା ଆଇଆଇସି ଜୟନାରାୟଣ ଖଣ୍ଡେଇ, ସ୍ଥାନୀୟ ଓ ପରିବାର ଲୋକଙ୍କୁ ନେଇ ଏକ ଆଲୋଚନା ହୋଇଥିଲା। ଦାବି ପୂରଣ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାର କମ୍ପାନୀ ପକ୍ଷରୁ ପ୍ରତିଶ୍ରୁତି ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri