ଏମ୍‌କେସିଜିରେ ଚିକିତ୍ସା ଅବହେଳା, ଶିଶୁ ମୃତ୍ୟୁ ନେଇ ଅଭିଯୋଗ

ବ୍ରହ୍ମପୁର ଅଫିସ,୮ା୯: ଚିକିତ୍ସା ଅବହେଳାରୁ ବ୍ରହ୍ମପୁର ବଡ ମେଡିକାଲରେ ଏକ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ନେଇ ଗୁରୁବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ମୃତ ଶିଶୁଙ୍କ ବାପା ପ୍ରମୋଦ କୁମାର ଉଥାନସିିଂ ଏମ୍‌କେସିଜି ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ଘଟଣା ଜଣାପଡିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଥିଲା।
ଘଟଣାରୁ ପ୍ରକାଶ ଯେ, ଗେଟବଜାରରେ ରହୁଥିବା ପ୍ରମୋଦ ସ୍ତ୍ରୀଙ୍କ ପ୍ରସବ ପାଇଁ ଏମ୍‌କେସିଜି ପ୍ରସୂତି ବିଭାଗରେ ତାଙ୍କୁ ଭର୍ତ୍ତି କରିଥିଲେ। ଗତ ୬ତାରିଖରେ ତାଙ୍କର ଏକ ଶିଶୁପୁତ୍ର ଜନ୍ମ ହୋଇଥିଲା। ଶିଶୁଟିର କିଛି ସ୍ବାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ବୁଧବାର ଶିଶୁର ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବା କର୍ମଚାରୀମାନେ ପ୍ରମୋଦଙ୍କୁ କହିଥିଲେ। କିନ୍ତୁ ଗୁରୁବାର ଶିଶୁ ହଠାତ୍‌ ଗୁରୁତର ହୋଇ ପଡ଼ିଥିବା କର୍ମଚାରୀମାନେ ତାଙ୍କୁ କହିଥିଲେ। ଏହାପରେ ମଧ୍ୟାହ୍ନରେ ଶିଶୁର ମୃତ୍ୟୁ ହୋଇଥିଲା। ଆଇସିୟୁରେ ଚିକିତ୍ସା ଅବହେଳା ଯୋଗୁ ପୁଅର ମୃତ୍ୟୁ ଘଟିଥିବା ପ୍ରମୋଦ ଏମ୍‌କେସିଜି ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri