ବିଦ୍ୟାଳୟ ଅନୁଦାନ ପାଣ୍ଠି ହଡ଼ପ ଅଭିଯୋଗ: ତଦନ୍ତ କଲା ଶିକ୍ଷା ବିଭାଗ

ରୂପସା,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଡା ପଞ୍ଚାୟତ ଅନ୍ତର୍ଗତ ବାଖରବାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସରକାରୀ ଅନୁଦାନ ପାଣ୍ଠି ବିନିଯୋଗରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।
ସମୟରେ ଆସିଥିବା ବିଭିନ୍ନ ସରକାରୀ ଅନୁଦାନକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ହଡ଼ପ କରିଥିବା ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ବସ୍ତା ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଶିକ୍ଷା ବିଭାଗ ତରଫରୁ ଅଡିଟର କୁବେର ପତି ମଣ୍ଡଳ, ସିଆରସିସି ଅରବିନ୍ଦ ପାଣିଗ୍ରାହୀ ଓ ଉମେଶ ଚନ୍ଦ୍ର ବାଡ଼ି ପ୍ରମୁଖ ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ କରିଥିଲେ। ତଦାରଖ ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ସମସ୍ତ ରେକର୍ଡ ପତ୍ର ଦେଖାଇ ପାରି ନ ଥିବା ବେଳେ ଭାଉଚରରେ ଜାଲିଆତି ହୋଇଥିବା ଜଣାପଡ଼ିଥିଲା। ପ୍ରକାଶଥାଉକି, ବିଦ୍ୟାଳୟକୁ ଆସିଥିବା କମ୍ପୋଜିଟ ଗ୍ରାଣ୍ଟ, ଇକୋ କ୍ଲବ, ଇଲେକ୍ଟ୍ରି ବାବଦ ଅର୍ଥ, ୟୁନିଫର୍ମ ଡ୍ରେସ୍‌, ଲାଇବ୍ରେରୀ ଓ ଶୌଚାଳୟ ଇତ୍ୟାଦି ଅନୁଦାନ ଟଙ୍କାକୁ ଜାଲ ଦସ୍ତଖତ କରି ବ୍ୟାଙ୍କ୍‌ରୁ ଉଠାଯାଇଥିବା ଓ ଏହି ଟଙ୍କାର ଉପଯୁକ୍ତ ବିନିଯୋଗ ନ କରି ଫଲ୍ସ ଭାଉଚର୍‌ ଦେଖାଇ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ବର୍ତ୍ତମାନର ପରିଚାଳନା କମିଟିର ସଭାପତି ଓ ସଦସ୍ୟମାନେ ଅଭିଯୋଗ ଆଣିଥିଲେ। ଏ ସମ୍ପର୍କରେ ବସ୍ତା ବିଇଓ ଏଲ.କେ. ଜେନାଙ୍କୁ ପଚରିିବାରୁ ଘଟଣାର ତଦନ୍ତ ଚାଲିଛି। ସତ୍ୟାସତ୍ୟ ଜଣାପଡ଼ିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri