ବିଦ୍ୟାଳୟ ଅନୁଦାନ ପାଣ୍ଠି ହଡ଼ପ ଅଭିଯୋଗ: ତଦନ୍ତ କଲା ଶିକ୍ଷା ବିଭାଗ

ରୂପସା,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଡା ପଞ୍ଚାୟତ ଅନ୍ତର୍ଗତ ବାଖରବାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସରକାରୀ ଅନୁଦାନ ପାଣ୍ଠି ବିନିଯୋଗରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।
ସମୟରେ ଆସିଥିବା ବିଭିନ୍ନ ସରକାରୀ ଅନୁଦାନକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ହଡ଼ପ କରିଥିବା ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ବସ୍ତା ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଶିକ୍ଷା ବିଭାଗ ତରଫରୁ ଅଡିଟର କୁବେର ପତି ମଣ୍ଡଳ, ସିଆରସିସି ଅରବିନ୍ଦ ପାଣିଗ୍ରାହୀ ଓ ଉମେଶ ଚନ୍ଦ୍ର ବାଡ଼ି ପ୍ରମୁଖ ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ କରିଥିଲେ। ତଦାରଖ ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ସମସ୍ତ ରେକର୍ଡ ପତ୍ର ଦେଖାଇ ପାରି ନ ଥିବା ବେଳେ ଭାଉଚରରେ ଜାଲିଆତି ହୋଇଥିବା ଜଣାପଡ଼ିଥିଲା। ପ୍ରକାଶଥାଉକି, ବିଦ୍ୟାଳୟକୁ ଆସିଥିବା କମ୍ପୋଜିଟ ଗ୍ରାଣ୍ଟ, ଇକୋ କ୍ଲବ, ଇଲେକ୍ଟ୍ରି ବାବଦ ଅର୍ଥ, ୟୁନିଫର୍ମ ଡ୍ରେସ୍‌, ଲାଇବ୍ରେରୀ ଓ ଶୌଚାଳୟ ଇତ୍ୟାଦି ଅନୁଦାନ ଟଙ୍କାକୁ ଜାଲ ଦସ୍ତଖତ କରି ବ୍ୟାଙ୍କ୍‌ରୁ ଉଠାଯାଇଥିବା ଓ ଏହି ଟଙ୍କାର ଉପଯୁକ୍ତ ବିନିଯୋଗ ନ କରି ଫଲ୍ସ ଭାଉଚର୍‌ ଦେଖାଇ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ବର୍ତ୍ତମାନର ପରିଚାଳନା କମିଟିର ସଭାପତି ଓ ସଦସ୍ୟମାନେ ଅଭିଯୋଗ ଆଣିଥିଲେ। ଏ ସମ୍ପର୍କରେ ବସ୍ତା ବିଇଓ ଏଲ.କେ. ଜେନାଙ୍କୁ ପଚରିିବାରୁ ଘଟଣାର ତଦନ୍ତ ଚାଲିଛି। ସତ୍ୟାସତ୍ୟ ଜଣାପଡ଼ିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri