ହଂସୁଆରୁ ମା’, ମାମୁଘର ପୋଖରୀରୁ ଝିଅଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ରାଜନଗର,୨୧ା୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅଧୀନ ମାଣପଡ଼ା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ପୂର୍ବାହ୍ନରେ ଦୁଇ ଝିଅଙ୍କୁ ଛାଡ଼ି ସ୍ଥାନୀୟ ଜରିମୂଳସ୍ଥିତ ବ୍ୟାଙ୍କକୁ ଟଙ୍କା ଉଠାଇବାକୁ କହି ମା’ ପ୍ରମିଳା ନାଥ ଯାଇଥିଲେ। ସନ୍ଧ୍ୟା ହୋଇଥିଲେ ହେଁ ସେ ଘରକୁ ନ ଫେରିବାରୁ ଝିଅ ସତ୍ୟପ୍ରିୟା ତାଙ୍କୁ ଖୋଜିବାକୁ ଯାଇଥିଲେ। ସତ୍ୟପ୍ରିୟା ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ମାମୁଘର ଗାଁ ନିକଟସ୍ଥ ବ୍ରାହ୍ମଣୀ କୂଳରୁ ମା’ଙ୍କ ମୋବାଇଲ୍‌ ଓ ଚପଲ ପାଇଥିଲେ। ରାତି ହୋଇଯାଇଥିବାରୁ ସେ ମାମୁଘରେ ରହିଯାଇଥିଲେ। ତେବେ ସକାଳୁ ତାଙ୍କ ମୃତଦେହ ମାମୁଘର ପଛପଟ ପୋଖରୀରୁ ଉଦ୍ଧାର କରାଯାଇଥିଲା। ସେହିପରି ରବିବାର ରାତିରେ ପ୍ରମିଳାଙ୍କ ମୃତଦେହ ହଂସୁଆ ନଦୀରୁ ଉଦ୍ଧାର କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ରାଜନଗର ଥାନାରେ ଏନେଇ ଦୁଇଟି ମାମଲା ରୁଜୁ ହୋଇଛି। ସତ୍ୟପ୍ରିୟାଙ୍କ ବାପା ଏକ ହତ୍ୟା ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri