କାର୍ଯ୍ୟରେ ଅବହେଳା ଅଭିଯୋଗ: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ

ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୪ ଶିକ୍ଷୟିତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦରମା ବନ୍ଦ କରିଛନ୍ତି ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ(ଡିଇଓ)।

ସୂଚନାଯୋଗ୍ୟ, ବାରିପଦା ଡିଇଓ ନଳିନୀକାନ୍ତ ପ୍ରଧାନ ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରି କାର୍ଯ୍ୟରେ ଅବହେଳା ଲକ୍ଷ୍ୟ କରିଥିଲେ। ଏହାପରେ ୪ ଶିକ୍ଷୟତ୍ରୀଙ୍କ ଦରମା ବନ୍ଦ କରିବା ସହ ଜଣେ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି I ଗୁଞ୍ଜୁସାହି କ୍ଲଷ୍ଟରର ଶିକାରଘାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଓ ଚନ୍ଦନପୁର କ୍ଲଷ୍ଟରର ଚନ୍ଦାବିଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୩ ଜଣ ଶିକ୍ଷୟିତ୍ରୀ ବାରମ୍ବାର କାର୍ଯ୍ୟରେ ଅବହେଳା କରିଥିବାରୁ ସେମାନଙ୍କର ସେପ୍ଟେମ୍ବର ମାସର ଦରମା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି I

ସେହିଭଳି ବୈଦିପୁର ପ୍ରାଥମିକ ବିଦ୍ୟାଳୟର ଜନୈକ ଶିକ୍ଷକଙ୍କୁ ମଧ୍ୟ ପ୍ରଥମ ଥର କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି I ବାରିପଦା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଉପରେ ନ୍ୟସ୍ତ ଥିବାରୁ ନିଜନିଜର କର୍ତ୍ତବ୍ୟ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ମଧ୍ୟ ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri