ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ଅଣଦେଖା ଅଭିଯୋଗ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ)ରାଜ୍ୟର ବିଭିନ୍ନ ସରକାରୀ ଅନୁଷ୍ଠାନରେ କାର୍ଯ୍ୟରତ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି। ଆଉଟ୍‌ସୋର୍ସିଂ କର୍ମଚାରୀମାନେ ବାରମ୍ବାର ସେମାନଙ୍କ ଦାବି ସମୂହ ସରକାରଙ୍କ ଦୃଷ୍ଟିଆକର୍ଷଣ କରିବା ସତ୍ତ୍ୱେ ସେ ଦିଗରେ କିଛି ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସମ୍ପୃକ୍ତ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ ଓଡ଼ିଶା ସରକାରୀ ଆଉଟ୍‌ସୋର୍ସିଂ କର୍ମଚାରୀ ମହାସଂଘ, ବରଗଡ଼ ଜିଲା ଶାଖା ପକ୍ଷରୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଆସନ୍ତା ୧୯ତାରିଖ ସୁଦ୍ଧା ସେମାନଙ୍କ ଦାବି ସମୂହ ପୂରଣ କରା ନ ଗଲେ ସେମାନେ ଆସନ୍ତା ୨୪ତାରିଖ ଭୁବନେଶ୍ୱର ଗାନ୍ଧିମାର୍ଗରେ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବେ ବୋଲି ସ୍ମାରକପତ୍ରରେ ଚେତାବନୀ ଦେଇଛନ୍ତି।

ସୂଚନା ଅନୁଯାୟୀ, ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ସୁଚାରୁରୂପେ କର୍ତ୍ତବ୍ୟ ସମ୍ପାଦନ କରିଆସୁଛନ୍ତି। ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ତୃଣମୂଳସ୍ତରରୁ ସେମାନେ କାମ କରୁଛନ୍ତି। ଅଥଚ ସେମାନଙ୍କ ପ୍ରତି ସରକାର ବୈମାତୃକ ମନୋଭାବ ପୋଷଣ କରିଆସୁଥିବା ଅଭିଯୋଗ ହୋଇଛି। ବିଭିନ୍ନ ସମୟରେ ସେମାନଙ୍କୁ ଛଟେଇ କରାଯାଉ ଥିବାବେଳେ ଦରମା ପ୍ରଦାନରେ ମଧ୍ୟ ପାତରଅନ୍ତର ନୀତି କରାଯାଉଛି ବୋଲି ଆଉଟସୋର୍ସିଂ କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ଏଭଳି ସ୍ଥିତିରେ ସେମାନଙ୍କ ଚାକିରି ଅସୁରକ୍ଷିତ ହୋଇପଡ଼ିଥିବାବେଳେ ସ୍ବଳ୍ପ ଦରମାରେ ପରିବାର ପୋଷଣ ମଧ୍ୟ କଷ୍ଟସାଧ୍ୟ ହୋଇପଡୁଛି ବୋଲି ସମ୍ପୃକ୍ତ କର୍ମଚାରୀମାନେ କହିଛନ୍ତି। ଫଳରେ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ପାଇଁ ଆଉଟ୍‌ସୋର୍ସିଂ କର୍ମଚାରୀମାନେ କହିଛନ୍ତି। ସେହିପରି ପୂର୍ବ ସରକାର ସମୟରେ କାର୍ଯ୍ୟ କରିଥିବା ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି, ସମସ୍ତ ସରକାରୀ କର୍ମଚାରୀଙ୍କ ମଧ୍ୟରେ ସମାନତା ଆଣିବା ଏବଂ ସେମାନଙ୍କ ଚାକିରି ସୁରକ୍ଷା ନେଇ ସରକାର ପ୍ରତିଶ୍ରୁତି ଦେବାକୁ ଆଉଟ୍‌ସୋର୍ସିଂ କର୍ମଚାରୀ ସଂଘ ଦାବି କରିଛି। ଏହି ଦାବି ସମୂହ ପୂରଣ କରା ନ ଗଲେ ଆସନ୍ତା ୧୭ତାରିଖରୁ ୨୧ତାରିଖ ଯାଏ ସମସ୍ତ ଆଉଟ୍‌ସୋର୍ସିଂ କର୍ମଚାରୀ କଳାବ୍ୟାଜ୍‌ ପିନ୍ଧି କାର୍ଯ୍ୟ କରିବା ସହିତ ପ୍ରତିବାଦ କରିବେ ଏବଂ ୨୪ତାରିଖ ଭୁବନେଶ୍ୱର ଗାନ୍ଧିମାର୍ଗରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ମହାସଂଘର ବରଗଡ଼ ଜିଲା ସଭାପତି ରାକେଶ ଶତପଥୀଙ୍କ ନେତୃତ୍ୱରେ ବହୁସଂଖ୍ୟକ ଆଉଟ୍‌ସୋର୍ସିଂ କର୍ମଚାରୀ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri