ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ ଅନିୟମିତତା ଅଭିଯୋଗ। ଚାଷୀଙ୍କ ଟୋକନ ତାଲିକାରେ ଚଞ୍ଚକତା କରି ପଛରେ ଥିବା ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି କରାଯାଇଥିବା ନେଇ ଅସନ୍ତୋଷ ତୀବ୍ର ହୋଇଛି।

ମଣ୍ଡିରେ ପ୍ରକାଶ ପାଇଥିବା ଚାଷୀ ତାଲିକାରୁ ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ଚାଷୀମାନେ ପ୍ରତିବାଦ କରିଥିଲେ। ଚିଚୈଗୁଡା ପ୍ୟାକ୍ସର ସମ୍ପାଦକ କୁଳମଣି ମେହେରଙ୍କୁ ଏହି ଘଟଣାର ମାଷ୍ଟରମାଇଣ୍ଡ ବୋଲି ଅଭିଯୋଗ କରାଯାଇଥିବା ବେଳେ, ଡିଇଓ ଶକ୍ତି ମାଝୀ ତାଙ୍କୁ ସହଯୋଗ କରିଥିବା ମଧ୍ୟ ଚାଷୀମାନେ ଅଭିଯୋଗ କରିଛନ୍ତି।

ଉତ୍ତ୍ୟକ୍ତ ଚାଷୀମାନେ ମଣ୍ଡିରେ ପ୍ୟାକ୍ସ ସମ୍ପାଦକଙ୍କୁ ଘେରାଉ କରିବା ପରେ ସେ ଏହି ଅନିୟମିତତା ଘଟିଥିବା କଥା ସ୍ୱୀକାର କରିଥିବା ସହ ଏଥିପାଇଁ ଡିଇଓଙ୍କୁ ଦାୟୀ କରିଥିଲେ। ତେବେ ଏହା ତାଙ୍କ ଅଜାଣତରେ ଘଟିଥିବା ସେ କହିଥିବା ଜଣାପଡ଼ିଛି।

ଘଟଣାକୁ ନେଇ ନୂଆଗୁଡା ଗ୍ରାମର ଚାଷୀମାନେ ମଙ୍ଗଳବାର ଧର୍ମଗଡ଼ ଉପଜିଲାପାଳ ଏବଂ ଏଆରସିଏସଙ୍କ ନିକଟରେ ଫେରାଦ ହୋଇ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ଏନେଇ ଏଆରସିଏସ କହିଛନ୍ତି ଯେ, ଘଟଣାର ତଦନ୍ତ କରାଯିବ ଏବଂ ଦୋଷୀଙ୍କ ବିରୋଧରେ ନିୟମାନୁସାରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।

ଘଟଣାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିଥିବା ବେଳେ ମଣ୍ଡି ପରିଚାଳନାରେ ସ୍ୱଚ୍ଛତା ଓ ଜବାବଦେହିତା ନେଇ ପୁଣିଥରେ ପ୍ରଶ୍ନ ଉଠିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri