ଭୁଲ ଚିକିତ୍ସାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଘରୋଇ ଡାକ୍ତରଖାନାରେ ଉତ୍ତେଜନା

ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସହରର ଏକ ଘରୋଇ ହସ୍ପିଟାଲରେ ଅପରେଶନ ଟେବୁଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଭୁଲ ଚିକିତ୍ସାରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା।
ସୂଚନା ଅନୁଯାୟୀ, ମୁତାବକ ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନସ୍ଥ କଟସାହି ପଞ୍ଚାୟତର ଗୁହାଳୀପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତାଙ୍କର ଟ୍ୟୁମର ଅପରେଶନ ପାଇଁ ବୁଧବାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଗୁରୁବାର ରାତିରେ ତାଙ୍କର ଅପରେସନ ଚାଲିଥିବା ବେଳେ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଶୁକ୍ରବାର ସକାଳୁ ଏ ନେଇ ମୃତକଙ୍କ ସମ୍ପର୍କୀୟ ହସ୍ପିଟାଲରେ ହୋହାଲ୍ଲା କରିଥିଲେ। ଖବର ପାଇ ଭଦ୍ରକ ଟାଉନ ପୋଲିସ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣକୁ ନେଇଥିଲା। ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ, ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ହସ୍ପିଟାଲ କର୍ତ୍ତୃପକ୍ଷ ଓ ମୃତକଙ୍କ ସମ୍ପର୍କୀୟଙ୍କ ସହିତ ଆଲୋଚନା କରି ଆପୋଷ ସମାଧାନ ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ରିପୋର୍ଟ ଆଧାରରେ ଟାଉନ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ବୋଲି ସିଟି ଡିଏସ୍‌ପି କହିଛନ୍ତି। ତେବେ ଡାକ୍ତରଙ୍କ ଭୁଲ ଚିକିତ୍ସା ପାଇଁ ରୋଗୀର ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକ ଅଭିଯୋଗ କରିଥିବା ବେଳେ ଏହାକୁ ଡାକ୍ତରଖାନା କର୍ତ୍ତୃପକ୍ଷ ଅସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ପରଭେଶ ବର୍ମାଙ୍କ ବଡ଼ ଘୋଷଣା: ପାଣି ଟାଙ୍କି ସଫା କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀରେ ଜଳ ସଙ୍କଟ ସମସ୍ୟାରେ ସମାଧାନ ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀ ଜଳ ମନ୍ତ୍ରୀ ପ୍ରବେଶ ବର୍ମା ଶୁକ୍ରବାର ଘୋଷଣା କରି…

ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri