ବାଲିଆପାଳ ୨୨।୨(ସ୍ବ.ପ୍ର,): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ପ୍ରତାପପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ଚିକିତ୍ସାଧୀନ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହେଉଛି। ଏ ନେଇ ସୋମବାର ଉତ୍ତ୍ୟକ୍ତ ଲୋକେ ଉଗ୍ର ରୂପ ଧାରଣକରି ସାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅବହେଳା ଦର୍ଶାଇ ସ୍ଥାନୀୟ ଜନସାଧାରଣ ରାସ୍ତାରୋକୋ କରିବା ସହ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଲା ପକାଇ ଦେଇଥିଲେ । ଫଳରେ ରୋଗୀ ସେବା ଏବଂ କୋଭିଡ୍ ଟିକାକରଣରେ ବାଧାପ୍ରାପ୍ତ ହୋଇଥିଲା।
ପ୍ରକାଶ ଯେ, ବାଲିଆପାଳ ଥାନା ପ୍ରତାପପୁର ସ୍ବାସ୍ଥ୍ୟ କେନ୍ଦ୍ରରେ ଗତ ଗୁରୁବାର ପ୍ରତାପପୁର ଗ୍ରାମର ଯଦୁନାଥ ବେହେରାଙ୍କ ପୁଅ ପ୍ରସନ୍ନ ବେହେରା (୩୫) କୌଣସି କାରଣରୁ ବିଷ ପିଇଦେଇଥିଲେ। ପରିବାର ଲୋକେ ତୁରନ୍ତ ପ୍ରସନ୍ନଙ୍କୁ ପ୍ରତାପପୁର ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ପ୍ରସନ୍ନଙ୍କର କୌଣସି ଚିକିତ୍ସା କରା ନଯାଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ପ୍ରସନ୍ନଙ୍କର ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ନ ଆସିବାରୁ ରବିବାର ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଗ୍ରାମବାସୀ ଏକତ୍ରିତ ହୋଇ ଚିକିତ୍ସା ଅବହେଳାରୁ ପ୍ରସନ୍ନଙ୍କର ମୃତ୍ୟୁ ଘଟିଥିବା କହି ମେଡିକାଲରେ ତାଲା ପକାଇବା ସହ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ। ତେବେ ଦୀର୍ଘ ସମୟ ବ୍ୟବଧାନ ପରେ ବାଲିଆପାଳ ଆଇଆଇସି ବିମଳ କୁମାର ନାୟକ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ; ରାସ୍ତାରୋକୋ, ସ୍ବାସ୍ଥ୍ୟ କେନ୍ଦ୍ରରେ ତାଲା
Posted inଆମ ଜିଲା ଖବର, ବାଲେଶ୍ୱର View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
Archives

