ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ; ରାସ୍ତାରୋକୋ, ସ୍ବାସ୍ଥ୍ୟ କେନ୍ଦ୍ରରେ ତାଲା

ବାଲିଆପାଳ ୨୨।୨(ସ୍ବ.ପ୍ର,): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ପ୍ରତାପପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ଚିକିତ୍ସାଧୀନ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହେଉଛି। ଏ ନେଇ ସୋମବାର ଉତ୍ତ୍ୟକ୍ତ ଲୋକେ ଉଗ୍ର ରୂପ ଧାରଣକରି ସାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅବହେଳା ଦର୍ଶାଇ ସ୍ଥାନୀୟ ଜନସାଧାରଣ ରାସ୍ତାରୋକୋ କରିବା ସହ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଲା ପକାଇ ଦେଇଥିଲେ । ଫଳରେ ରୋଗୀ ସେବା ଏବଂ କୋଭିଡ୍‌ ଟିକାକରଣରେ ବାଧାପ୍ରାପ୍ତ ହୋଇଥିଲା।
ପ୍ରକାଶ ଯେ, ବାଲିଆପାଳ ଥାନା ପ୍ରତାପପୁର ସ୍ବାସ୍ଥ୍ୟ କେନ୍ଦ୍ରରେ ଗତ ଗୁରୁବାର ପ୍ରତାପପୁର ଗ୍ରାମର ଯଦୁନାଥ ବେହେରାଙ୍କ ପୁଅ ପ୍ରସନ୍ନ ବେହେରା (୩୫) କୌଣସି କାରଣରୁ ବିଷ ପିଇଦେଇଥିଲେ। ପରିବାର ଲୋକେ ତୁରନ୍ତ ପ୍ରସନ୍ନଙ୍କୁ ପ୍ରତାପପୁର ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ପ୍ରସନ୍ନଙ୍କର କୌଣସି ଚିକିତ୍ସା କରା ନଯାଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ପ୍ରସନ୍ନଙ୍କର ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ନ ଆସିବାରୁ ରବିବାର ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଗ୍ରାମବାସୀ ଏକତ୍ରିତ ହୋଇ ଚିକିତ୍ସା ଅବହେଳାରୁ ପ୍ରସନ୍ନଙ୍କର ମୃତ୍ୟୁ ଘଟିଥିବା କହି ମେଡିକାଲରେ ତାଲା ପକାଇବା ସହ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ। ତେବେ ଦୀର୍ଘ ସମୟ ବ୍ୟବଧାନ ପରେ ବାଲିଆପାଳ ଆଇଆଇସି ବିମଳ କୁମାର ନାୟକ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?