ଚିକିତ୍ସା ନ ପାଇ ରୋଗୀ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ୍‌, ୨।୮: ଅସୁସ୍ଥ ହୋଇ ଶୁକ୍ରବାର ରାତିରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ସମଲ ଅଞ୍ଚଳରେ ରହୁଥିବା ବାଦଲ ଦଳାଇ (୪୬) ବୋଲି ଜଣାପଡିଛି। ଡାକ୍ତର, କର୍ମଚାରୀ ଠିକ୍‌ ସମୟରେ ଚିକିତ୍ସା ନ ଯୋଗାଇବାରୁ ତାଙ୍କର ମୃତ୍ୟୁ ଘଟିଥିବା ସ୍ତ୍ରୀ କାଜଲ ଦଳାଇ ଅଭିଯୋଗ ଆଣିଛନ୍ତି। ବାଦଲଙ୍କୁ ନିଃଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ତାଳଚେରସ୍ଥିତ ମଣ୍ଡାପାଳ ଡାକ୍ତରଖାନା ଓ ପରେ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଜିଲା ଚିକିତ୍ସାଳୟ ପୂର୍ବରୁ ସ୍ଥାନୀୟ ଘରୋଇ ଡାକ୍ତରଖାନାକୁ ବାଦଲଙ୍କୁ ନିଆଯାଇଥିଲେ ହେଁ ସେଠାରୁ ତାଙ୍କୁ ଫେରାଇ ଦିଆଯାଇଥିବା କାଜଲ ଅଭିଯୋଗ କରିଛନ୍ତି। ଅବସ୍ଥା ଗୁରୁତର ଥିଲେ ମଧ୍ୟ ତାଙ୍କୁ ମୁଖ୍ୟ ଡାକ୍ତରଖାନାରେ ତୁରନ୍ତ ଚିକିତ୍ସା ଯୋଗାଯାଇ ନ ଥିଲା। ଶ୍ୱାସକ୍ରିୟାରେ ଅସୁବିଧା ହେଉଥିବା ଜାଣିବା ପରେ କେହି ଚିକିତ୍ସା ପାଇଁ ନ ଆସି କରୋନା ୱାର୍ଡକୁ ଯିବାକୁ କହିଥିଲେ। ପରେ କରୋନା ୱାର୍ଡରେ ଭର୍ତ୍ତି ନ କରି କାଜୁଆଲଟିକୁ ନେବାକୁ କହିଥିଲେ। ଏହା ଭିତରେ ପ୍ରାୟ ୪ ଘଣ୍ଟା ବିତିଯାଇଥିବାବେଳେ ଚିକିତ୍ସା ଅଭାବରୁ ବାଦଲଙ୍କ ମୃତ୍ୟୁ ଘଟିଥିବା କାଜଲ କହିଛନ୍ତି। ମୃତ୍ୟୁ ପରେ ବାଦଲଙ୍କୁ କରୋନା ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ଘଣ୍ଟାଏ ପରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତରଖାନା କର୍ମଚାରୀ କହିଥିଲେ ବୋଲି କାଜଲ ଅଭିଯୋଗ କରିଛନ୍ତି।
ପାଖାପାଖି ୫ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ମୃତଦେହ ବାହାରେ ପଡିରହିଥିଲା। କରୋନା ଟେଷ୍ଟ ପାଇଁ ତାଙ୍କର ସ୍ବାବ୍‌ ନିଆଯାଇ ନ ଥିଲା। ଏପରିକି ବ୍ୟବଚ୍ଛେଦ ମଧ୍ୟ କରାଯାଇ ନ ଥିବା ପରିବାର ଲୋକେ କହିଛନ୍ତି। ଶନିବାର ଭୋର ସମୟରେ ମୃତଦେହ ଘରକୁ ନିଆଯାଇଥିଲା।
ଏ ନେଇ ଜିଲା ମୁଖ୍ୟଚିକିତ୍ସାଳୟର ସିଡିଏମ୍‌ଓ ଅଭୟ କୁମାର ଦାଶଙ୍କୁ ପଚାରିବାରେ କହିଛନ୍ତି, ମେଡିକାଲରେ କ’ଣ ହୋଇଛି ସେ ନେଇ ଅବଗତ ନାହାନ୍ତି। ଏଭଳି କିଛି ଘଟିଥିଲେ ମେଡିକାଲ ଏଡିଏମ୍‌ଓ ଜଣାଇଥାନ୍ତେ। ଏଡିଏମ୍‌ଓ ବିଶ୍ୱ ବିହାରୀ ମହାନ୍ତି କହିଛନ୍ତି, ତାଙ୍କ ନିକଟକୁ ସେଭଳି କିଛି ସୂଚନା ଆସିନାହିଁ। ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି, ଘଟଣା ସମ୍ପର୍କରେ ଅନୁଧ୍ୟାନ କରାଯିବ। ଏହାପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ତେବେ କରୋନା ସମୟରେ ଏଭଳି ଘଟଣା ଘଟୁଥିଲେ ମଧ୍ୟ ମେଡିକାଲ କର୍ତ୍ତୃପକ୍ଷଙ୍କ ନିକଟରେ କିଭଳି କୌଣସି ତଥ୍ୟ ରହୁନାହିଁ, ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri