ଭିମ୍‌ସାରରୁ ଆସିଲା ପୁଣି ରାଗିଙ୍ଗ ଅଭିଯୋଗ

ସମ୍ବଲପୁର,୧୨ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ପୁଣି ରାଗିଙ୍ଗ ଓ ମାର୍‌ପିଟ କରାଯାଇଥିବା ନେଇ କିଛି ଛାତ୍ର ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଶୁକ୍ରବାର ଆଣ୍ଟି ରାଗିଙ୍ଗ କମିଟି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ସମ୍ପର୍କରେ ଡିନ୍‌ ଡ. ଜୟଶ୍ରୀ ଡୋରା କହିଛନ୍ତି, ରାଗିଙ୍ଗ ନା ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ ହୋଇଛି ତାହା ତଦନ୍ତରୁ ଜଣାପଡିବ।
ମିଳିଥିବା ସୂଚନା ଅନୁଯାୟୀ, ଭିମ୍‌ସାରରେ ଦ୍ୱିତୀୟ ବର୍ଷର କିଛି ଛାତ୍ରଙ୍କୁ ଚତୁର୍ଥବର୍ଷ ଛାତ୍ରମାନେ ମାର୍ଚ୍ଚ ୧୦ ତାରିଖରେ ବାସ୍କେଟବଲ ପଡିଆକୁ ଡାକିଥିଲେ। ହେଲେ ଦ୍ୱିତୀୟ ବର୍ଷର ଛାତ୍ରମାନେ ଆସି ନ ଥିଲେ। ଏହାକୁ କେନ୍ଦ୍ର କରି ରାତିରେ ଦ୍ୱିତୀୟ ବର୍ଷ ଛାତ୍ର ରହୁଥିବା ହଷ୍ଟେଲକୁ ସେମାନେ ଯାଇ ରାଗିଙ୍ଗ କରିଥିଲେ। ଏପରି କି ମାରପିଟ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଦ୍ୱିତୀୟବର୍ଷ ଛାତ୍ରମାନେ ଦିଲ୍ଲୀସ୍ଥିତ ଆଣ୍ଟି ରାଗିଙ୍ଗ ସେଲ୍‌ରେ ଅଭିଯୋଗ କରିଛନ୍ତି। ପୂର୍ବରୁ ୨୦୧୯ ସେପ୍ଟେମ୍ବର ୫ରେ ଭିମ୍‌ସାରରେ ରାଗିଙ୍ଗ ନେଇ ଅଭିଯୋଗ ହୋଇଥିଲା। ଜଣେ ଦ୍ୱିତୀୟବର୍ଷ ଏମ୍‌ବିବିଏସ୍‌ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ମାରପିଟ କରିବା ସହ ରାଗିଙ୍ଗ କରିଥିଲେ। ସେହିପରି ୨୦୧୮ ଅକ୍ଟୋବର ୯ରେ ଏମ୍‌ବିବିଏସ୍‌ ଜୁନିୟର ଛାତ୍ରଙ୍କୁ ରାଗିଙ୍ଗ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ଭିମସାର କର୍ତ୍ତୃପକ୍ଷ ୨୩ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri