ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଥାନାରେ ୨ ଅଟକ

ଡେରାବିଶ,୧୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି କେସ୍‌ ନଂ- ୧୬୧/୨୦ ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରାଯିବା ସହ ୨ଜଣଙ୍କୁ ଥାନାରେ ଅଟକ ରଖାଯାଇଥିବା ଥାନା ସୁତ୍ରରୁ ପ୍ରକାଶ।
ପୋଲିସ ସୂଚନା ଅନୁଯାୟୀ, ଜଣେ କଲେଜ ପଢ଼ୁଆ ନାବାଳିକା ନଦୀରେ ଶୌଚ ହେବା ସମୟରେ ଏହି ଥାନା ଅଞ୍ଚଳର ଜଣେ ଯୁବକ ନାବାଳିକାଙ୍କ ଫଟୋ ମୋବାଇଲ୍‌ରେ ଉଠାଇଥିଲେ। ପରେ ସମ୍ପୃକ୍ତ ଯୁବକ ଜଣକ ଏହି ଅଶ୍ଳୀଳ ଭିଡିଓ ଦେଖାଇ ତାଙ୍କୁ ବ୍ଲ୍କ୍‌ ମେଲିଂ କରି ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ନେଇ ପୀଡ଼ିତା ନାବାଳିକାଙ୍କ ପରିବାର ପକ୍ଷରୁ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏହି ଘଟଣା ସମ୍ପର୍କରେ ନାବାଳିକା ତାଙ୍କ ପରିବାର ସଦସ୍ୟଙ୍କ ନିକଟରେ ପ୍ରକାଶ କରିବା ପରେ ନାବାଳିକାଙ୍କ ପରିବାର ପକ୍ଷରୁ ସଦର ଥାନାରେ ଶୁକ୍ରବାର ଅଭିଯୋଗ କରାଯାଇଛି। ତେବେ ଏହି ଘଟଣାରେ ଅଭିଯୁକ୍ତ ଯୁବକଙ୍କ ବାପା ଓ ଭାଇ ସମର୍ଥନ କରିବା ସହ ପୀଡ଼ିତା ନାବାଳିକାଙ୍କୁ ଗାଳିଗୁଲଜ କରିବା ଅଭିଯୋଗରେ ଦୁଇଜଣଙ୍କୁ ଥାନାରେ ଅଟକ ରଖାଯାଇ ପୋଲିସ୍‌ ପକ୍ଷରୁ ତଦନ୍ତ କରାଯାଉଥିବା ଥାନା ଅଧିକାରୀ ପ୍ରମୋଦ କୁମାର ମଲ୍ଲିକ ସୂଚନା ଦେଇଛନ୍ତି। ପୀଡ଼ିତା ନାବାଳିକାଙ୍କୁ ଡାକ୍ତରୀମାଇନା ପରେ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଥିବା ବେଳେ ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକ ଫେରାର ହୋଇଥିବାରୁ ପୋଲିସ ଗିରଫ କରିବାରେ ସମର୍ଥ ହୋଇ ନ ଥିବା ଘଟଣାର ତଦନ୍ତ କରୁଥିବା ଏସ୍‌ଆଇ ଶରତ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri