ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଟ୍ୟୁଶନ ସାର୍‌ ଅଟକ

ଗୁଣପୁର,୧୨ା୭(ଡି.ଏନ୍‌.ଏ.)-ଜଣେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଟ୍ୟୁଶନ ସାର୍‌ଙ୍କ ନାମରେ ଅଭିଯୋଗ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ ପୁଟାସିଂ ଥାନା ଅଞ୍ଚଳରେ ଘଟିଛି ଏଭଳି ଘଟଣା।

ସୂଚନା ଅନୁଯାୟୀ, ଦ୍ୱିତୀୟ ଶ୍ରେଣୀରେ ଅଧ୍ୟୟନ କରୁଥିବା ବାଳିକା ଏବଂ ତାଙ୍କ ବଡ଼ ଭାଇ ଗାଁର ଜଣେ ନାବାଳକ ଟ୍ୟୁଶନ ସାର୍‌ଙ୍କ ଘରେ ପଢୁଥିଲେ। ଶନିବାର ସକାଳେ ଟ୍ୟୁଶନ ସରିବା ପରେ ଶିକ୍ଷକ ନାବାଳିକାଙ୍କୁ ପିଜୁଳି, ଅଙ୍ଗୁର ଦେବି କହି ଅଟକାଇ ରଖିଥିଲେ। ପରେ ଦେଢ଼ କିଲୋମିଟର ଦୂରରେ ଥିବା ଏକ ମକାବାଡ଼ିକୁ ନେଇ ତାଙ୍କୁ ବଳାତ୍କାର କରିଥିବା ପରିବାର ଲୋକେ ପୁଟାସିଂ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୫୫/୨୦ରେ ଏକ ମାମଲା ରୁଜୁକରି ଟ୍ୟୁଶନ ସାର୍‌ଙ୍କୁ ଅଟକ ରଖିଛି। ଉଭୟଙ୍କ ଡାକ୍ତରୀ ମାଇନା କରାଯାଇ ଘଟଣାର ତଦନ୍ତ ଚାଲିଥିବା ଏସ୍‌ଡିପିଓ ରାଜକିଶୋର ଦାଶ ସୂଚନା ଦେଇଛନ୍ତି। ଅଟକ ଟ୍ୟୁଶନ ସାର୍‌ ନାବାଳକ ହୋଇଥିବାରୁ ତଦନ୍ତ ପରେ ତାଙ୍କୁ ଜୁଭେନାଇଲ୍‌ କୋର୍ଟରେ ହାଜର କରାଯିବ। ସେଠାରେ ବୟାନ ରେକର୍ଡ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri