ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଥାନାରେ ୨ ଅଟକ

ଡେରାବିଶ,୧୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି କେସ୍‌ ନଂ- ୧୬୧/୨୦ ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରାଯିବା ସହ ୨ଜଣଙ୍କୁ ଥାନାରେ ଅଟକ ରଖାଯାଇଥିବା ଥାନା ସୁତ୍ରରୁ ପ୍ରକାଶ।
ପୋଲିସ ସୂଚନା ଅନୁଯାୟୀ, ଜଣେ କଲେଜ ପଢ଼ୁଆ ନାବାଳିକା ନଦୀରେ ଶୌଚ ହେବା ସମୟରେ ଏହି ଥାନା ଅଞ୍ଚଳର ଜଣେ ଯୁବକ ନାବାଳିକାଙ୍କ ଫଟୋ ମୋବାଇଲ୍‌ରେ ଉଠାଇଥିଲେ। ପରେ ସମ୍ପୃକ୍ତ ଯୁବକ ଜଣକ ଏହି ଅଶ୍ଳୀଳ ଭିଡିଓ ଦେଖାଇ ତାଙ୍କୁ ବ୍ଲ୍କ୍‌ ମେଲିଂ କରି ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ନେଇ ପୀଡ଼ିତା ନାବାଳିକାଙ୍କ ପରିବାର ପକ୍ଷରୁ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏହି ଘଟଣା ସମ୍ପର୍କରେ ନାବାଳିକା ତାଙ୍କ ପରିବାର ସଦସ୍ୟଙ୍କ ନିକଟରେ ପ୍ରକାଶ କରିବା ପରେ ନାବାଳିକାଙ୍କ ପରିବାର ପକ୍ଷରୁ ସଦର ଥାନାରେ ଶୁକ୍ରବାର ଅଭିଯୋଗ କରାଯାଇଛି। ତେବେ ଏହି ଘଟଣାରେ ଅଭିଯୁକ୍ତ ଯୁବକଙ୍କ ବାପା ଓ ଭାଇ ସମର୍ଥନ କରିବା ସହ ପୀଡ଼ିତା ନାବାଳିକାଙ୍କୁ ଗାଳିଗୁଲଜ କରିବା ଅଭିଯୋଗରେ ଦୁଇଜଣଙ୍କୁ ଥାନାରେ ଅଟକ ରଖାଯାଇ ପୋଲିସ୍‌ ପକ୍ଷରୁ ତଦନ୍ତ କରାଯାଉଥିବା ଥାନା ଅଧିକାରୀ ପ୍ରମୋଦ କୁମାର ମଲ୍ଲିକ ସୂଚନା ଦେଇଛନ୍ତି। ପୀଡ଼ିତା ନାବାଳିକାଙ୍କୁ ଡାକ୍ତରୀମାଇନା ପରେ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଥିବା ବେଳେ ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକ ଫେରାର ହୋଇଥିବାରୁ ପୋଲିସ ଗିରଫ କରିବାରେ ସମର୍ଥ ହୋଇ ନ ଥିବା ଘଟଣାର ତଦନ୍ତ କରୁଥିବା ଏସ୍‌ଆଇ ଶରତ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri