ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ

କୋକସରା,୨୩ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଫୁପଗାଁ ପଞ୍ଚାୟତ ଗତାବନ୍ଧ ଗ୍ରାମର ଜଣେ ଯୁବତୀଙ୍କୁ ସେହି ଗ୍ରାମର ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗରେ କୋକସରା ପୋଲିସ ସଂପୃକ୍ତ ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଥିବା ସୂଚନା ମିଳିଛି। ଗତାବନ୍ଧ ଗାଁର ସାମନ୍ତ ଭାଟି (୨୪) ସେହି ଗ୍ରାମର ୨୫ ବର୍ଷୀୟା ଜଣେ ଯୁବତୀଙ୍କୁ ଗତ ୫ ବର୍ଷ ହେବ ଏକତରଫା ଭଲ ପାଉଥିଲେ। ହେଲେ ଯୁବତୀଙ୍କୁ ଅନେକ ସମୟରେ ଯୁବକ ପ୍ରେମ ନିବେଦନ କରିଥିବା ବେଳେ ଯୁବତୀ ଏହାକୁ ବିରୋଧ କରି ଆସୁଥିଲେ। ତେବେ ଗତ ୨୦ ତାରଖାରେ ଯୁବତୀ ରାତି ପ୍ରାୟ ୧୧ଟାରେ ଘରେ ଏକୁଟିଆ ଥିବା ସୁଯୋଗ ନେଇ ସାମନ୍ତ ଘରେ ପଶି ଜୋର ଜବରଦସ୍ତ ଯୁବତୀଙ୍କ ବିରୋଧ ସତ୍ତ୍ୱେ ବଳାତ୍କାର କରିଥିବା ନେଇ ଯୁବତୀ ଜଣକ କୋକସରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପରେ ପୋଲିସ ତ୍ୱରିତ ପଦକ୍ଷେପ ନେଇ ଗତାବନ୍ଧ ଗାଁରୁ ଅଭିଯୁକ୍ତ ଯୁବକ ସାମନ୍ତ ଭାଟିଙ୍କୁ ଆଣି ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି। ଯୁବତୀଙ୍କ ଅଭିଯୋଗ କ୍ରମେ କୋକସରା ଥାନାରେ ଏହି ସଂକ୍ରାନ୍ତରେ ୯୩/୨୨ରେ ଏକ ମାମଲା ରୁଜୁ କରାଯାଇଛି। ଘଟଣାର ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ଗୋପବନ୍ଧୁ ନାଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri