ସହକାରୀ ପ୍ରଫେସରଙ୍କୁ ବଳାତ୍କାର ଅଭିଯୋଗ, ବ୍ଲାକ୍‌ମେଲିଂ କରି ଅଭିଯୁକ୍ତ ନେଇସାରିଲେଣି ୨ ଲକ୍ଷ ଟଙ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ୨୪ ବର୍ଷୀୟା ସହକାରୀ ପ୍ରଫେସରଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୁକ୍ତ ଜଣକ ତାଙ୍କୁ ବ୍ଲାକମେଲିଂ କରି ୨ ଲକ୍ଷ ଟଙ୍କା ନେଇସାରିଲେଣି। ଛତିଶଗଡ଼ର ରାୟପୁର ଡିଆଇଜିଙ୍କ ଚିଠି ପରେ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।

ଅଭିଯୋଗରୁ ପ୍ରକାଶ ଯେ, ଛତିଶଗଡ଼ ରାୟପୁର କବୀରନଗରର ୨୪ ବର୍ଷୀୟା ଜଣେ ଯୁବତୀ ଗତ ବର୍ଷ ମାର୍ଚ୍ଚରେ ଜାଗମରାରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ଯୋଗ ଦେଇଥିଲେ। ପୂର୍ବରୁ ସେଠାରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତିଙ୍କ ସହିତ ତାଙ୍କର ପରିଚୟ ହୋଇଥିଲା। ଗତବର୍ଷ ସେପ୍ଟେମ୍ବରରେ ସଂପୃକ୍ତ ବ୍ୟକ୍ତି ଜଣକ ମହିଳା ପ୍ରଫେସରଙ୍କୁ ଜାଗମରାଠାରେ ଥିବା ହୋଟେଲକୁ ଡକାଇଥିଲେ। ସେ ହୋଟେଲରେ ପହଞ୍ଚିବା ପରେ ସେ ତାଙ୍କୁ ଥଣ୍ଡା ପାନୀୟରେ ନିଶା ମିଶାଇ ପିଇବାକୁ ଦେଇଥିଲେ। ସେ ଚେତା ହରାଇବା ପରେ ଅଭିଯୁକ୍ତ ତାଙ୍କ ସହିତ ବଳାତ୍କାର କରିବା ସହିତ ଅଶ୍ଲୀଳ ଭିଡିଓ ଶୁଟିଂ କରିଥିଲେ।

ଏହାପରେ ବାରମ୍ବାର ବ୍ଲାକମେଲିଂ କରି ବଳାତ୍କାର ସହ ଟଙ୍କା ଦାବି କରୁଥିଲେ ଅଭିଯୁକ୍ତ। ଲୋକ ଲଜ୍ଜା ଓ ଘରେ ଜାଣିଯିବା ଭୟରେ ୨ ଲକ୍ଷ ଟଙ୍କା ଦେଇଥିଲେ ସହକାରୀ ପ୍ରଫେସର ଜଣକ। ଶେଷରେ ସେ ଆଇନର ଦ୍ବାରସ୍ଥ ହେବାରୁ, ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ବି ମିଳିଥିଲା। ପରିବାର ଲୋକଙ୍କ ପରାମର୍ଶ କ୍ରମେ ଗତ ମଙ୍ଗଳବାର ମହିଳା ଆସିଷ୍ଟାଣ୍ଟ ପ୍ରଫେସର କବୀର ନଗର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଜିରୋ ଏଫ୍‌ଆଇଆର ରୁଜୁ କରି ରାୟପୁର ଡିଆଇଜିଙ୍କୁ ଜଣାଇଥିଲେ। ରାୟପୁର ଡିଆଇଜି ମାମଲା ସମ୍ବନ୍ଧୀୟ ସମସ୍ତ କାଗଜପତ୍ର କମିଶନରେଟ ପୋଲିସକୁ ପଠାଇବା ସହିତ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ରାୟପୁର ଡିଆଇଜିଙ୍କ ନିର୍ଦ୍ଦେଶ କ୍ରମେ ଖଣ୍ଡଗିରି ଥାନାରେ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri