ସହକାରୀ ପ୍ରଫେସରଙ୍କୁ ବଳାତ୍କାର ଅଭିଯୋଗ, ବ୍ଲାକ୍‌ମେଲିଂ କରି ଅଭିଯୁକ୍ତ ନେଇସାରିଲେଣି ୨ ଲକ୍ଷ ଟଙ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ୨୪ ବର୍ଷୀୟା ସହକାରୀ ପ୍ରଫେସରଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୁକ୍ତ ଜଣକ ତାଙ୍କୁ ବ୍ଲାକମେଲିଂ କରି ୨ ଲକ୍ଷ ଟଙ୍କା ନେଇସାରିଲେଣି। ଛତିଶଗଡ଼ର ରାୟପୁର ଡିଆଇଜିଙ୍କ ଚିଠି ପରେ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।

ଅଭିଯୋଗରୁ ପ୍ରକାଶ ଯେ, ଛତିଶଗଡ଼ ରାୟପୁର କବୀରନଗରର ୨୪ ବର୍ଷୀୟା ଜଣେ ଯୁବତୀ ଗତ ବର୍ଷ ମାର୍ଚ୍ଚରେ ଜାଗମରାରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ଯୋଗ ଦେଇଥିଲେ। ପୂର୍ବରୁ ସେଠାରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତିଙ୍କ ସହିତ ତାଙ୍କର ପରିଚୟ ହୋଇଥିଲା। ଗତବର୍ଷ ସେପ୍ଟେମ୍ବରରେ ସଂପୃକ୍ତ ବ୍ୟକ୍ତି ଜଣକ ମହିଳା ପ୍ରଫେସରଙ୍କୁ ଜାଗମରାଠାରେ ଥିବା ହୋଟେଲକୁ ଡକାଇଥିଲେ। ସେ ହୋଟେଲରେ ପହଞ୍ଚିବା ପରେ ସେ ତାଙ୍କୁ ଥଣ୍ଡା ପାନୀୟରେ ନିଶା ମିଶାଇ ପିଇବାକୁ ଦେଇଥିଲେ। ସେ ଚେତା ହରାଇବା ପରେ ଅଭିଯୁକ୍ତ ତାଙ୍କ ସହିତ ବଳାତ୍କାର କରିବା ସହିତ ଅଶ୍ଲୀଳ ଭିଡିଓ ଶୁଟିଂ କରିଥିଲେ।

ଏହାପରେ ବାରମ୍ବାର ବ୍ଲାକମେଲିଂ କରି ବଳାତ୍କାର ସହ ଟଙ୍କା ଦାବି କରୁଥିଲେ ଅଭିଯୁକ୍ତ। ଲୋକ ଲଜ୍ଜା ଓ ଘରେ ଜାଣିଯିବା ଭୟରେ ୨ ଲକ୍ଷ ଟଙ୍କା ଦେଇଥିଲେ ସହକାରୀ ପ୍ରଫେସର ଜଣକ। ଶେଷରେ ସେ ଆଇନର ଦ୍ବାରସ୍ଥ ହେବାରୁ, ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ବି ମିଳିଥିଲା। ପରିବାର ଲୋକଙ୍କ ପରାମର୍ଶ କ୍ରମେ ଗତ ମଙ୍ଗଳବାର ମହିଳା ଆସିଷ୍ଟାଣ୍ଟ ପ୍ରଫେସର କବୀର ନଗର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଜିରୋ ଏଫ୍‌ଆଇଆର ରୁଜୁ କରି ରାୟପୁର ଡିଆଇଜିଙ୍କୁ ଜଣାଇଥିଲେ। ରାୟପୁର ଡିଆଇଜି ମାମଲା ସମ୍ବନ୍ଧୀୟ ସମସ୍ତ କାଗଜପତ୍ର କମିଶନରେଟ ପୋଲିସକୁ ପଠାଇବା ସହିତ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ରାୟପୁର ଡିଆଇଜିଙ୍କ ନିର୍ଦ୍ଦେଶ କ୍ରମେ ଖଣ୍ଡଗିରି ଥାନାରେ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri